ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ବ୍ରହ୍ମପୁରର ରଙ୍ଗେଇଲୁଣ୍ଡାରେ ହେବାକୁ ଥିବା ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ଲୋକସେବା ଭବନରେ ଅନୁଷ୍ଠିତ ବୈଠକରୁ ସୂଚନା ମିଳିଛି ଯେ, ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୨୭ ତାରିଖ ଦିନ ପୂର୍ବାହ୍ନ ୧୧ ରେ ବ୍ରହ୍ମପୁରରେ ଜାତୀୟ ସ୍ତରୀୟ ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗ ଦେବେ । ବିଭିନ୍ନ ଜନହିତକର ପ୍ରକଳ୍ପ ଉଦଘାଟନ କରିବେ । ଏହା ସହ ଅନେକ ନୂତନ କାର୍ଯ୍ୟକ୍ରମ ଦେଶବାସୀଙ୍କ ପାଇଁ ସେ ଉତ୍ସର୍ଗ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଓ କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କାର୍ଯ୍ୟକ୍ରମର ସୂଚାରୁ ଭାବେ ସମ୍ପାଦନ, ସୁରକ୍ଷା ବ୍ୟବସ୍ଥା, ଜନସାଧାରଣଙ୍କ ସହଭାଗୀତା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଯାତ୍ରା ପଥ, ଆଗମନ ଏବଂ ବିଦାୟ ବ୍ୟବସ୍ଥା, ସୁରକ୍ଷା ବଳଙ୍କ ନିୟୋଜନ, ସଭା ସ୍ଥଳର ପ୍ରସ୍ତୁତି, ସ୍ୱାସ୍ଥ୍ୟ, ପୋଲିସ, ପାଣି ଏବଂ ବିଦ୍ୟୁତ ଓ ସ୍ଥାନୀୟ ପ୍ରଶାସନ ସମେତ ସମସ୍ତ ବିଭାଗକୁ ସମନ୍ୱୟ ରଖି କାର୍ଯ୍ୟ କରିବା ପାଇଁ ବୈଠକରେ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରି ସ୍ମରଣୀୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ପ୍ରଧାନମନ୍ତ୍ରୀ, ଏହି “ସେବା ପର୍ବ” କାର୍ଯ୍ୟକ୍ରମରେ ଦେଶର ୮ଟି IIT ର capacity expansion, କୋରାପୁଟ – ବାଇଗୁଡ଼ା ଏବଂ ମାନାବାର – କୋରାପୁଟ – ଗୋରାପୁର ରେଳ ଲାଇନ ଡ଼ବଲିଙ୍ଗ, ସମ୍ବଲପୁର – ସରଲା ଫ୍ଲାଇଓଭର ଉଦଘାଟନ, BSNL ଦ୍ୱାରା ଦେଶବ୍ୟାପୀ ସ୍ୱଦେଶୀ 4G ନେଟୱାର୍କ ସେବାର ଲୋକାର୍ପଣ, MKCG ଓ VIMSAR ମେଡିକାଲ କଲେଜକୁ ବିଶ୍ୱସ୍ତରୀୟ ସୁପର ସ୍ପେଶାଲିଟି ମାନ୍ୟତା ଘୋଷଣା କରିବେ ।ଦେଶବ୍ୟାପୀ ଦକ୍ଷତା ବିକାଶ ପ୍ରକଳ୍ପର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ । ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ହିତାଧିକାରୀଙ୍କୁ ସହାୟତା ଏବଂ ଅନ୍ୟ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମର ପ୍ରଧାନମନ୍ତ୍ରୀ ଶୁଭ ଉଦଘାଟନ କରିବେ ।ବୈଠକରେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ