ସେବା ସଂକଳ୍ପ ଅଭିଯାନରେ ‘ ଏକ୍ ପେଡ୍ ମା କେ ନାମ ’ କାର୍ଯ୍ୟକ୍ରମ

ରାଇକିଆ: ଭାଜପା ରାଇକିଆ ମଣ୍ଡଳ ପକ୍ଷରୁ ସେବା ସଂକଳ୍ପ ଅଭିଯାନ ”ସେବା ରେ ମୋର ଯୋଗଦାନ”ଅବସରରେ ‘ ଏକ୍ ପେଡ୍ ମା କେ ନାମ ’ କାର୍ଯ୍ୟକ୍ରମ ମଙ୍ଗଳବାର ରାଇକିଆସ୍ଥିତ ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି। ରାଇକିଆ ପଞ୍ଚାୟତର ସରପଞ୍ଚ ତଥା ଭାଜପା ଜିଲ୍ଲା ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦିକା ଗୀତାଞ୍ଜଳି ନାୟକଙ୍କ ନେତୃତ୍ୱ ରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି ଅବସରରେ ପରିବେଶ ସୁରକ୍ଷା, ବୃକ୍ଷରୋପଣ ଓ ଗଛର ଯତ୍ନ ନେବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ‘ଏକ୍ ପେଡ୍ ମା କେ ନାମ ’ ଅଭିଯାନର ଉଦ୍ଦେଶ୍ୟ ଅନୁଯାୟୀ ରl ମା’ଙ୍କ ସମ୍ମାନରେ ରାସ୍ତା ର ଉଭୟ ପାର୍ଶ୍ୱରେ ବୃକ୍ଷ ରୋପଣ କରି ପରିବେଶ ସୁରକ୍ଷାର ବାର୍ତ୍ତା ସମାଜରେ ପହଞ୍ଚାଇବାକୁ କାର୍ଯ୍ୟକର୍ତ୍ତାମାନେ ସଂକଳ୍ପ ନେଇଥିଲେ। ଗଛ ଲଗାଇବା ସହ ଏହାର ନିୟମିତ ଯତ୍ନ ନେବା ଏବଂ ଆଗାମୀ ପିଢ଼ି ପାଇଁ ସବୁଜ ପରିବେଶ ସୃଷ୍ଟି କରିବା ନେଇ ଆଲୋଚନା ହୋଇଥିଲା।
କାର୍ଯ୍ୟକ୍ରମରେ ରାଇକିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନା ପ୍ରଧାନ, ସାଂସଦ କ୍ଷେତ୍ର ପ୍ରତିନିଧି ସନ୍ତୋଷ କୁମାର ଲେଙ୍କା, ଭାଜପା ଜିଲ୍ଲା ସାଧାରଣ ସମ୍ପାଦକ ସୁକାନ୍ତ କୁମାର ସାହୁ, ଜିଲ୍ଲା କୋଷାଧ୍ୟକ୍ଷ କୈଳାଶ ଚନ୍ଦ୍ର ପଣ୍ଡା, ଜିଲ୍ଲା ଉପସଭାପତି ଝୁଲିମା ଦଳବେହେରା, ଏବଂ ରାଇକିଆ ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ରାଇକିଆ ମଣ୍ଡଳ ସାଧାରଣ ସମ୍ପାଦକ ସନକ ଦିଗାଳ ଙ୍କ ସମେତ ମଣ୍ଡଳର ବହୁ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।
ବକ୍ତାମାନେ କହିଥିଲେ, ପରିବେଶର ସନ୍ତୁଳନ ରକ୍ଷାରେ ବୃକ୍ଷର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦିନକୁ ଦିନ ଜଙ୍ଗଲ ଓ ସବୁଜିମା ହ୍ରାସ ପାଉଥିବା ବେଳେ ବୃକ୍ଷରୋପଣ ସହ ଲଗାଯାଇଥିବା ଚାରାର ସୁରକ୍ଷା ଓ ପରିପାଳନ ଉପରେ ମଧ୍ୟ ଗୁରୁତ୍ୱ ଦେବା ଆବଶ୍ୟକ। ପ୍ରତ୍ୟେକ ପରିବାର ଓ ବ୍ୟକ୍ତି ନିଜ ମା’ଙ୍କ ସମ୍ମାନରେ ଅତି କମ୍‌ରେ ଗୋଟିଏ ଗଛ ଲଗାଇଲେ ଏହା ପରିବେଶ ସୁରକ୍ଷାରେ ଏକ ସାମୂହିକ ପଦକ୍ଷେପ ହୋଇପାରିବ ବୋଲି ମତ ପ୍ରକାଶ ପାଇଥିଲା।
ଏଥିସହ ସେବା ସଂକଳ୍ପ ଅଭିଯାନ ମାଧ୍ୟମରେ ସମାଜସେବା, ପରିବେଶ ସୁରକ୍ଷା ଓ ଜନସଚେତନତା ଭଳି କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇବା ପାଇଁ କାର୍ଯ୍ୟକର୍ତ୍ତାମାନେ ଏକତ୍ରିତ ହୋଇଥିଲେ। ରାଇକିଆ ମଣ୍ଡଳର ବିଭିନ୍ନ ଅଞ୍ଚଳରେ ଏଭଳି ପରିବେଶ ସଚେତନତାମୂଳକ କାର୍ଯ୍ୟକ୍ରମ ଜାରି ରଖିବା ନେଇ ମଧ୍ୟ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ଉପସ୍ଥିତ ସମସ୍ତ କାର୍ଯ୍ୟକର୍ତ୍ତା ପରିବେଶ ସୁରକ୍ଷାରେ ନିଜ ନିଜ ସ୍ତରରେ ଅବଦାନ ରଖିବାକୁ ସଂକଳ୍ପବଦ୍ଧ ହୋଇଥିଲେ।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ