ଭୁବନେଶ୍ୱର, ଅକ୍ଟୋବର 10 : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ସାଇନସେସ୍ (ଆଇବିସିଏସ୍) ଏବଂ ବିଶ୍ୱବିଦ୍ୟାଳୟର ଏନ୍ଏସଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛ ଭାରତ ଅଭିଯାନ’ ପରିପ୍ରେକ୍ଷୀରେ ଏକ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସ୍ୱଚ୍ଛତା, ପରିଚ୍ଛନ୍ନତା ଏବଂ ପରିବେଶ ପ୍ରଦୂଷଣକୁ ରୋକିବା ଦିଗରେ ସଚେତନତା ନେଇ ଆଇବିସିଏସ୍ କ୍ୟାମ୍ପସ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଆଇବିସିଏସ୍ର ଡିନ ପ୍ରଫେସର ଅୟସ କାନ୍ତ ମହାନ୍ତି, ଆସୋସିଏଟ ଡିନ୍ ପ୍ରଫେସର ମନୋରଞ୍ଜନ ଦାଶ ଏବଂ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଯୋଗ ଦେଇ ସ୍ୱଚ୍ଛତା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏନ୍ଏସ୍ଏସ୍ ର ପ୍ରୋଗ୍ରାମ ଅଫିସର ଶ୍ରୀ ଅନନ୍ତ ପ୍ରସାଦ ନନ୍ଦଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ‘କ୍ଲିନ୍ କ୍ୟାମ୍ପସ, ଗ୍ରୀନ୍ କ୍ୟାମ୍ପସ’ ଏବଂ ‘ଏ କ୍ଲିନ୍ ଏନ୍ଭାଇରନ୍ମେଂଟ ଇଜ ଏ ହେଲ୍ଦି ଏନ୍ଭାଇରନ୍ମେଂଟ’ ସ୍ଲୋଗାନ୍ ଦେଇ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।
ଜିମ୍ ନ ଯାଇ ରୁହନ୍ତୁ ଫିଟ୍
ଦିନକୁ ଦିନ ମଣିଷର ଜୀବନଶୈଳୀ ପରିବର୍ତ୍ତନ ହେବାରେ ଲାଗିଛି । ମଣିଷ ଆଜିକାଲି ଫିଟ ରହିବା ଉପରେ ଅଧିକ ଗୁରୁତ୍ୱ ଦେଉଛି । ଏଥିପାଇଁ ଜିମ ଅଧିକ ଲୋକଙ୍କ ପସନ୍ଦ ପାଲଟିଛି । ଆପଣ ଦେଖୁଥିବା ସକାଳ ହେଲେ ପାର୍କରେ ଓପନ…




