ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ସବୁଜିମାକୁ ବୃଦ୍ଧି କରିବା ସହ ପରିବେଶ ସନ୍ତୁଳନ ସଚେତନତା ବାର୍ତା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍ଏସ୍ଏସ୍ ଶାଖା ପକ୍ଷରୁ ଗତ ଜୁଲାଇ ୧୬ ତାରିଖ ଦିନ ଖୋର୍ଦ୍ଧା ଜିଲ୍ଲା ଛତାବର ସ୍ଥିତ ବିଶ୍ୱବିଦ୍ୟାଳୟର କୃଷି ଗବେଷଣା କେନ୍ଦ୍ର ଠାରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
ପ୍ରାୟ ୭୦ ଜଣ ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ, ଫ୍ୟାକଲ୍ଟି ମେମ୍ବର୍ସ ଏବଂ ସ୍ଥାନୀୟ ଅଂଚଳର ବାସିନ୍ଦା ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଜାମୁ କୋଳି, ଓଉ, ବେଲ ଏବଂ ବଉଳ ଗଛର ଚାରା ରୋପଣ କରିବା ସହ ପରିବେଶର ସୁରକ୍ଷା ନିମନ୍ତେ ଶପଥ ନେଇଥିଲେ ।
ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମର ନାମକରଣ ରଖାଯାଇଥିଲା ‘ଏକ୍ ପେଡ ମା’ କେ ନାମ ୨.୦’ ।
ଏହି ଅବସରରେ ପରିବେଶ ସଚେତନତା ନେଇ ଏକ କୁଇଜ କାର୍ଯ୍ୟକ୍ରମ ମଧ୍ୟ ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ।
କାର୍ଯ୍ୟକ୍ରମରେ ସୋଆ ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗି୍ରିକଲ୍ଚରାଲ ସାଇନ୍ସେସ୍ (ଆଇଏଏସ୍)ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ସୋଆ ୟୁନିଭର୍ସିଟି ଆଉଟରିଚ ପ୍ରୋଗ୍ରାମ ଏବଂ ଇଂଟରନ୍ୟାସ୍ନାଲ ରିଲେସନ୍ସର ନିଦେ୍ର୍ଧଶକ ପ୍ରଫେସର ନଚିକେତା କେ. ଶର୍ମା, ଏନ୍ଏସ୍ଏସ୍ ପ୍ରୋଗ୍ରାମର କୋଅର୍ଡିନେଟର ଡକ୍ଟର କମଳ ଲୋଚନ ମହନ୍ତ, ଏନ୍ଏସ୍ଏସ୍ ପ୍ରୋଗ୍ରାମ ଅଫିସର ପ୍ରଫେସର ସରୋଜ କୁମାର ମହାନ୍ତି ଏବଂ ଡକ୍ଟର ନିଲେଶ ଜେନା, ଓଡ଼ିଶା ଏନ୍ଭାଇରନ୍ମେଂଟାଲ୍ ସୋସାଇଟିର କାର୍ଯ୍ୟକାରୀ ସଭାପତି ଶ୍ରୀ ରାଜ ଶେଖର ବେହେରା, ଡକ୍ଟର ଜୟକୃଷ୍ଣ ପାଣିଗ୍ରାହୀ, ଓଇଏସ୍ର ଉପସଭାପତି ଡକ୍ଟର ବିଜୟ କେତନ ପଟ୍ଟନାୟକ ଏବଂ ଡକ୍ଟର ଲାଲା ଅଶ୍ୱିନୀ କୁମାର ସିଂହ, ଓଇଏସ୍ର ସଂପାଦକ ଶ୍ରୀ ମନୋରଞ୍ଜନ ମିଶ୍ର, ଓୟୁଏଟିର ପୂର୍ବତନ ପ୍ରଫେସର ଡକ୍ଟର ନିମାଇ ଚରଣ ମିଶ୍ର ଏବଂ ଓୟୁଏଟି ଏନ୍ଏସ୍ଏସ୍-ଇଟିଆଇର ଟ୍ରେନିଂ କୋଅର୍ଡିନେଟର ଶ୍ରୀ ନିରୋଦ ବରଣ ଖୁଂଟିଆ ଉପସ୍ଥିତ ଥିଲେ ।
ଡକ୍ଟର ମହନ୍ତ ସ୍ଥାନୀୟ ଲୋକଙ୍କ ଦ୍ୱାରା ବୃକ୍ଷରୋପଣ ଗ୍ରାମର ଲୋକମାନଙ୍କୁ ଚାରା ମଧ୍ୟ ପ୍ରଦାନ କରିଥିଲେ ।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ