ସୋଆ କପ୍‌ ୨୦୨୬ ଉଦ୍‌ଘାଟିତ

ଭୁବନେଶ୍ୱର, ୧୭/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୫ ସୋଆ ଷ୍ଟାଡିୟମ୍‌ ଠାରେ ଉଦ୍‌ଘାଟିତ ହୋଇଯାଇଛି । ପ୍ରାୟ ୧ ମାସରୁ ଊଦ୍ଧ୍ୱର୍ ଦିନ ଧରି ଚାଲିବାକୁ ଥିବା ଏହି ସୋଆ କପ୍‌ରେ ୧୪ ରୁ ଅଧିକ କ୍ରୀଡା ପ୍ରତିଯୋଗିତାରେ ବିଶ୍ୱବିଦ୍ୟାଳୟର ୨୫୦୦ ରୁ ଊଦ୍ଧ୍ୱର୍ ଛାତ୍ରଛାତ୍ରୀମାନେ ଭାଗ ନେବେ ।
ଛାତ୍ରଛାତ୍ରୀଙ୍କ ମଧ୍ୟରେ ଫୁଟବଲ୍‌ (ପୁରୁଷ), କ୍ରିକେଟ (ପୁରୁଷ ଓ ମହିଳା), ଭଲିବଲ୍‌ (ପୁରୁଷ ଓ ମହିଳା), ବାସ୍କେଟବଲ୍‌ (ପୁରୁଷ ଓ ମହିଳା), ଟେନିସ୍‌ (ପୁରୁଷ ଓ ମହିଳା), ଖୋଖୋ (ପୁରୁଷ ଓ ମହିଳା), ଥ୍ରୋ ବଲ୍‌ (ମହିଳା), ଟେବୁଲ୍‌ ଟେନିସ୍‌ (ପୁରୁଷ ଓ ମହିଳା), ସଫ୍ଟ ବଲ୍‌ (ପୁରୁଷ ଓ ମହିଳା), ଚେସ୍‌ (ପୁରୁଷ ଓ ମହିଳା), କବାଡି (ପୁରୁଷ ଓ ମହିଳା), ବ୍ୟାଡମିଂଟନ (ପୁରୁଷ ଓ ମହିଳା) ଭଳି ପ୍ରତିଯୋଗିତାର ଆୟୋଜନ କରାଯାଇଛି । ପ୍ରଥମ ଥର ପାଇଁ ଚଳିତ ବର୍ଷ ମହିଳା ଭଲିବଲ୍‌କୁ ସୋଆ କପ୍‌ରେ ସାମିଲ କରାଯାଇଛି ।
ସୋଆ କପ୍‌ର ଉଦ୍‌ଘାଟନୀ ଉତ୍ସବରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହନ ପ୍ରଦାନ କରିଥିଲେ ।
ପ୍ରଫେସର କୁଳପତି ନନ୍ଦ ବକ୍ତବ୍ୟରେ କହିଥିଲେ ଯେ ବିଶ୍ୱବିଦ୍ୟାଳୟ କ୍ରୀଡ଼ାକୁ ମଧ୍ୟ ଅଧିକ ପ୍ରେତ୍ସାହନ ଦେଉଛି । ସୋଆ ଛାତ୍ରଛାତ୍ରୀମାନେ ମଧ୍ୟ ଜାତୀୟ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରୁଥିବା ନେଇ କୁଳପତି ଖୁସି ବ୍ୟକ୍ତ କରିଥିଲେ ।
ସେହିପରି ଛାତ୍ର ମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହା ବିଶ୍ୱବିଦ୍ୟାଳୟର ସବୁଠାରୁ ଅଧିକ ସମୟ ଧରି ଜାରୀ ରହୁଥିବା କାର୍ଯ୍ୟକ୍ରମ ବୋଲି କହିଥିଲେ । ତେବେ ପ୍ରତିଯୋଗିତାରେ ଭାଗ ନେଉଥିବା ଛାତ୍ରଛାତ୍ରୀମାନେ ଶୃଙ୍ଖଳା ଭିତରେ ରହି ନିଜ ପାରଦର୍ଶିତା ଦେଖାନ୍ତୁ ବୋଲି ପ୍ରଫେସର ଦାସ କହିଥିଲେ ।
ସୋଆ କପ୍‌ ୨୦୨୬ର ମଶାଲକୁ ପ୍ରଜ୍ୱଳନ କରିବା ସହ କୁଳପତି ପ୍ରଫେସର ନନ୍ଦ ସୋଆର ଫ୍ଲାଗ୍‌କୁ ଉନ୍ମୋଚନ କରିଥିଲେ ଓ ଏହି କ୍ରୀଡ଼ା ପ୍ରତିଯୋଗିତାକୁ ଆରମ୍ଭ କରାଯିବାର ଘୋଷଣା କରିଥିଲେ ।
କାର୍ଯ୍ୟକ୍ରମରେ ସୋଆର ସ୍ପୋର୍ଟ୍ସ ଅଫିସର ଶ୍ରୀମତି ସୁନୀତା ବର୍ମା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସୋଆ କପ୍‌ ୨୦୨୬ର ଆବାହକ ଡକ୍ଟର ଗଣେଶ ପ୍ରସାଦ ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ରୀ ସୁଶ୍ରୀ ଦୀପାଂଶୀ ଜେନା କ୍ରୀଡ଼ାବିତ୍‌ମାନଙ୍କୁ ଶପଥ ପାଠ କରାଇଥିଲେ ।
ସୋଆ ର ସମସ୍ତ ଅନୁଷ୍ଠାନର ଛାତ୍ରଛାତ୍ରୀ ଏହି କ୍ରୀଡ଼ା ପ୍ରତିଯୋଗିତାରେ ଭାଗ ନେଉଛନ୍ତି ।
ଆସନ୍ତା ଡିସେମ୍ବର ୧୮ ତାରିଖରେ ଏହି ପ୍ରତିଯୋଗିତା ସମାପ୍ତ ହେବାର କାର୍ଯ୍ୟକ୍ରମ ରହିଛି ।

  • Related Posts

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    ଭୁବନେଶ୍ୱର ୧୭/୧୧/୨୦୨୬ : ଓଡ଼ିଶାରେ ଗ୍ରାମୀଣ ବିକାଶକୁ ଆଗକୁ ବଢ଼ାଇବା ପାଇଁ ନିଜର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରି, ବେଦାନ୍ତ ଆଲୁମିନିୟମ ମେଟାଲ ଲିମିଟେଡ୍ (ଭିଏଏମଏଲ୍), ଲାଞ୍ଜିଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଏହାର କାର୍ଯ୍ୟକ୍ଷେତ୍ର ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଇନ୍ଧନ-ଦକ୍ଷ ଚୁଲା…

    Continue reading
    ଏଏମ୍/ଏନ୍ଏସ୍ ଇଣ୍ଡିଆ ପକ୍ଷରୁ ଓଡ଼ିଶା ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷା, ସୃଜନଶୀଳତା ଓ ଆନନ୍ଦର ବାର୍ତ୍ତା ଦେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ

    ଭୁବନେଶ୍ୱର, ନଭେମ୍ବର ୧୭, ୨୦୨୬: ଆର୍ସଲରମିତ୍ତଲ ନିପ୍ପନ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ପକ୍ଷରୁ ଓଡ଼ିଶାରେ ଏହାର ବିଭିନ୍ନ କାର୍ଯ୍ୟକ୍ଷେତ୍ରରେ କର୍ମଚାରୀମାନଙ୍କ ସ୍ୱେଚ୍ଛାକୃତ ପ୍ରୟାସ ମାଧ୍ୟମରେ ୫୦୦ରୁ ଅଧିକ ଶିଶୁଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହା ମାଧ୍ୟମରେ ଶିକ୍ଷା,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !