ସୋଆ ପକ୍ଷରୁ ସିବିଏସଇ ଟପ୍ପର ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ସିବିଏସ୍‌ଇ ଦଶମ ପରୀକ୍ଷାରେ ଶତ ପ୍ରତିଶତ ମାର୍କ ରଖି ଓଡ଼ିଶା ପାଇଁ ସୁନାମ ଅର୍ଜନ କରିଥିବା ୨ଜଣ କୃତୀ ଛାତ୍ରୀଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଗୁରୁବାର ସମ୍ବର୍ଦ୍ଧିତ କରାଯାଇଛି । ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଶୀର୍ଷ ସ୍ଥାନ ଅଧିକାର କରିଥିବା ଉଭୟ ଛାତ୍ରୀ- ପୁରୀ ମଦର୍ସ ପବ୍ଲିକ ସ୍କୁଲର ଟିନା ରଥ ଓ ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ର ଆଲିଶା ବିଶ୍ୱାଳଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧିତ କରିଥିଲେ ।
ଉଭୟ ଛାତ୍ରୀ ପରୀକ୍ଷାରେ ୫୦୦ ରୁ ୫୦୦ ମାର୍କ ରଖି ଉତୀର୍ଣ୍ଣ ହୋଇଛନ୍ତି ।
ସେମାନେ କିଭଳି ଭାବରେ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିଲେ ଓ ସେମାନଙ୍କର ଭବିଷ୍ୟତର ଲକ୍ଷ୍ୟ କ’ଣ ସେ ନେଇ କୁଳପତି ଉଭୟ ଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଏହି ସଫଳତାକୁ ନେଇ ଭବିଷ୍ୟତରେ ସେମାନେ କିଭଳି ଆଗକୁ ବଢ଼ିବେ ସେ ସମ୍ପର୍କରେ କୁଳପତି ପ୍ରଫେସର ନନ୍ଦ ମଧ୍ୟ ସେମାନଙ୍କୁ ପରାମର୍ଶ ଦେଇଥିଲେ ।
ଟିନା ଭଲ ପାଠ ପଢ଼ିବା ସହ ଭାରତନାଟ୍ୟମ୍ ଭଳି ଶାସ୍ତ୍ରୀୟ ନୃତ୍ୟରେ ମଧ୍ୟ ବେଶ୍ ପାରଙ୍ଗମ । ସେହିପରି ସେ ମଧ୍ୟ ଜଣେ ଭଲ ଚିତ୍ରଶିଳ୍ପୀ । ଭବିଷ୍ୟତରେ ଟିନା ଜଣେ ହୃଦରୋଗ ବିଶେଷଜ୍ଞ ହେବାର ଲକ୍ଷ୍ୟ ରଖିଛନ୍ତି । ସେ ଦିନକୁ ୫ରୁ ୬ ଘଂଟା ପାଠ ପଢ଼ୁଥିଲେ ବୋଲି କହିଛନ୍ତି ।
ସେହିଭଳି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ର ଛାତ୍ରୀ ଆଲିଶା ବିଶ୍ୱାଳ କହିଥିଲେ ଯେ ଲକ୍ଷ୍ୟ ହାସଲ ପାଇଁ ପାଠ ପଢ଼ାର ନିର୍ଦ୍ଦିଷ୍ଟ ସମୟ ଧାର୍ଯ୍ୟ କରିବା ଆବଶ୍ୟକ । ଦିନକୁ ୩/୪ ଘଂଟା ପଢ଼ିବା ଓ ଲେଖିବା ଅଭ୍ୟାସ ସହ ସମୟ ପରିଚାଳନା ପାଇଁ ସ୍ୱତନ୍ତ୍ର ରୋଡ ମ୍ୟାପ କରିଥିବାରୁ ତାଙ୍କୁ ସଫଳତା ମିଳିପାରିଛି ବୋଲି ସେ କହିଛନ୍ତି । ଭବିଷ୍ୟତରେ ସେ ମଧ୍ୟ ଜଣେ ଡାକ୍ତର (ନ୍ୟୁରୋଲୋଜିଷ୍ଟ) ହେବାର ଲକ୍ଷ୍ୟ ରଖିଛନ୍ତି ବୋଲି କହିଥିଲେ ।
ଏହି ଅବସରରେ ଟିନାଙ୍କ ବାପା ଶ୍ରୀ ସମୀର କୁମାର ରଥ ଓ ମା ଶ୍ରୀମତି ରେଣୁ ପ୍ରଭା ଦାସ ଓ ଆଲିଶାଙ୍କ ବାପା ଶ୍ରୀ ସୁଦର୍ଶନ ବିଶ୍ୱାଳ ଓ ମା ଶ୍ରୀମତି ସୌଦାମିନୀ ମଲ୍ଲିକ୍‌ଙ୍କ ସହ ସୁମା ରିୟଲ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ସିଇଓ ଶ୍ରୀ ସୁନୀଲ ଦାସ ଓ ନ୍ୟୁଜ-୭ର କାର୍ଯ୍ୟକାରୀ ସମ୍ପାଦକ ଶ୍ରୀ ଦେବନାରାୟଣ ସେଠୀ ଉପସ୍ଥିତ ଥିଲେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ