ସୋମବାର ଯାଏଁ ଗୃହ ମୁଲତବି

ଭୁବନେଶ୍ୱର: ସୋମବାର ଯାଏଁ ଗୃହ ମୁଲତବି । ଆଜି ବି ଚାଲିପାରିଲାନି ଗୃହକାର୍ୟ୍ୟ । ଗୃହ ଆରମ୍ଭରୁ ଜର୍ଜ ତିର୍କିଙ୍କ ପରଲୋକ ଉପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକ ପ୍ରସ୍ତାବକୁ ସମର୍ଥନ କରିଥିଲେ ବିରୋଧୀ ଦଳ ଉପନେତା ଓ କଂଗ୍ରେସ ବିଧାୟକ ଦଳ ନେତା । ଏହାପରେ ପୁଣି ଆରମ୍ଭ ହୋଇଥିଲା ହଟ୍ଟଗୋଳ। ହଙ୍ଗାମା ଭିତରେ ୫ ମିନିଟ୍ ପାଇଁ ମଧ୍ୟ ବିଧାନସଭା ଗୃହ ଚାଲିପାରି ନାହିଁ । ସାର ପ୍ରସଙ୍ଗରେ ପୁଣିଥରେ ବିରୋଧି ହଟ୍ଟଗୋଳ କରିଥିଲେ ।

ଅପରାହ୍ଣ ୪ଟା ପର୍ୟ୍ୟନ୍ତ ଗୃହ ମୁଲତବି କରିଥିଲେ ବାଚସ୍ପତି । ତେବେ ଉଦ୍ଦେଶ୍ୟମୂଳକ ଭାବେ ଗୃହକୁ ବନ୍ଦ କରାଯାଉଥିବା ପୁଣି ଅଭିଯୋଗ କରିଛି କଂଗ୍ରେସ । ଚାଷୀଙ୍କ ପାଇଁ ଉଭୟ ବିଜେଡି ଏବଂ ବିଜେପି ଦଳ ଷଡ଼ଯନ୍ତ୍ର କରୁଥିବା କହିଛନ୍ତି ବିଧାୟକ ତାରା ବାହୀନିପତି । ସେପଟେ ଚାଷୀଙ୍କ ପ୍ରସଙ୍ଗରେ ଆଲୋଚନା କରିବା ପାଇଁ ସରକାରଙ୍କର ଆଗ୍ରହ ନାହିଁ ଓ ଆଲୋଚନା କରିବା ପାଇଁ ସରକାର ପଛଘୁଞ୍ଚା ଦେଉଥିବା କହିଛନ୍ତି ବିରୋଧୀ ଦଳ ମୁଖ୍ୟସଚେତକ ପ୍ରମିଳା ମଲ୍ଲିକ। ସେପଟେ ବିଜେଡି ଜାଣିଶୁଣି ଗୃହ ଅଚଳ କରୁଥିବା ବିଜେପି ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ