ସୌମ୍ୟାଙ୍କ ମୃତ୍ୟୁ ପରେ ଦଫା ପରିବର୍ତ୍ତନ କରାଯାଇଛି :ମନ୍ତ୍ରୀ

ଭୁବନେଶ୍ୱର: ଏଫଏମ କଲେଜ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଘଟଣାରେ ଆସିଛି ବଡ଼ ଅପଡେଟ । ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ସାରା ରାଜ୍ୟ ଉଠୁଛି ପଡୁଛି। ବିରୋଧୀ ବିଜେଡି ଓ କଂଗ୍ରେସ ମଧ୍ୟ ସରକାରଙ୍କ ଉପରେ ଚାପ ପକାଉଛନ୍ତି। ତେବେ ଏନେଇ ଆଜି ସଂଧ୍ୟାରେ ଭୁବନେଶ୍ୱରର ଭାଜପା କାର୍ୟ୍ୟାଳୟରେ ଭାଜପାର ବଡ଼ ବୈଠକ ବସିଥିଲା। ଯେଉଁଥିରେ ସଭାପତି ମନମୋହନ ସାମଲଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀଙ୍କ ଉପସ୍ଥିତିରେ ବଡ଼ ବୈଠକ ବସିଥିଲା। ଏହି ସମୟରେ ଚର୍ଚ୍ଚା ହେଉଥିଲା କି କିଛି ବଡ଼ ଖବର ସାମ୍ନାକୁ ଆସିବ।

ଏହି କ୍ରମରେ ବୈଠକ ସରିବା ପରେ ବଡ଼ ବୟାନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ସରକାର ସବୁ ଦିଗକୁ ନେଇ ତଥ୍ୟ ସଂଗ୍ରହ କରୁଛନ୍ତି । ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି । ସମୟ ଦିଅନ୍ତୁ ଆହୁରି ତଥ୍ୟ ମିଳିବ । ଛାତ୍ରୀଙ୍କ ମୃତ୍ୟୁ ପରେ ଦଫା ପରିବର୍ତ୍ତନ କରାଯାଇଛି ।

ଘଟଣାର ସବୁ ଦିଗରୁ ନିଖୁଣ ତଦନ୍ତ ହେବ । ଦାୟୀ ଓ ଅବହେଳାକାରୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ । ଆଇନ ତା’ ବାଟରେ ଯିବ, ଶେଷ ସୋପାନ ଯାଏ ପହଞ୍ଚିବ । ଛାତ୍ରୀଙ୍କ ମୃତ୍ୟୁ ହୋଇଥିବାରୁ ଦଫା ପରିବର୍ତ୍ତନ ହେବ । ପୀଡ଼ିତାଙ୍କ ପରିବାରର ଦାବି ଅନୁସାରେ ତଦନ୍ତ ହେବ । ଘଟଣାର ତଦନ୍ତ ପରିସର ବଢ଼ାଯିବ, ମୁଁ ତଥ୍ୟ ସଂଗ୍ରହ କରୁଛି । ଉଚ୍ଚଶିକ୍ଷା ଓ କ୍ରାଇମବ୍ରାଞ୍ଚର ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ । ସରକାରଙ୍କ ପାଖରେ ତଦନ୍ତର ବିକଳ୍ପ ଖୋଲା ଅଛି । ସମସ୍ତଙ୍କ ଉଦ୍ଦେଶ୍ୟ ଗୋଟିଏ-ପୀଡ଼ିତାଙ୍କୁ ନ୍ୟାୟ ମିଳୁ ବୋଲି ସେ କହିଛନ୍ତି।

  • Related Posts

    ୧୬୯ ଜନଜାତି ଗୋଷ୍ଠୀକୁ ST ମାନ୍ୟତା ଦାବି ଦୋହରାଇଲେ ନବୀନ

    ଭୁବନେଶ୍ୱର: ଓଡ଼ିଶାର ୧୬୯ଟି ଜନଜାତି ଗୋଷ୍ଠୀକୁ ଅନୁସୂଚିତ ଜନଜାତି (ST) ତାଲିକାରେ ସାମିଲ କରିବା ଦାବି ଦୋହରାଇଛନ୍ତି ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଦାବି ହାସଲ ପାଇଁ ବିଜେଡିର ଉଦ୍ୟମ…

    Continue reading
    ଆଦିବାସୀମାନଙ୍କ ଉନ୍ନତି ସାଧିତ କରିବା ବିଜୁ ଜନତା ଦଳର ଲକ୍ଷ୍ୟ: ବିଜେଡି

    ଭୁବନେଶ୍ୱର: ଜନଜାତିଙ୍କ ସଂସ୍କୃତି ଓ ପରମ୍ପରାକୁ ସମ୍ମାନ ଜଣାଇ ବିଜୁ ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ବିଶ୍ୱ ଆଦିବାସୀ ଦିବସ ଏବଂ ମହାନ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି । ବିଜୁ ଜନତା ଦଳର ଆଦିବାସୀ ସେଲ୍ର ଆବାହକତ୍ୱରେ ଆୟୋଜିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ