ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥାହେଲେ ରାହୁଲ

ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସରକାରଙ୍କ ଉପରେ ପ୍ରବଳ ବର୍ଷିଛି। ଘଟଣାକୁ ନେଇ କଂଗ୍ରେସ ମଧ୍ୟ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଏହି ସମୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହୋଇଛନ୍ତି। ଫୋନ ଯୋଗେ କଥା ହୋଇ ସମବେଦନା ଜଣାଇଥିବା ଜଣାପଡିଛି। ପରିବାର ସହ କଂଗ୍ରେସ ଅଛି। ପରିବାରକୁ ନ୍ୟାୟ ଦେବାକୁ ସବୁ ପ୍ରକାର ଚେଷ୍ଟା କରିବୁ ବୋଲି କହିଛନ୍ତି ରାହୁଲ।

ଗତକାଲି ଘଟଣାକୁ ନେଇ ଟୁଇଟ୍‌ କରି ସରକାରଙ୍କ ଉପରେ ବର୍ଷିଥିଲେ ରାହୁଲ। ଟୁଇଟ୍‌ କରି ରାହୁଲ ଲେଖିଥିଲେ, ଓଡ଼ିଶାରେ ନ୍ୟାୟ ପାଇଁ ଲଢ଼ୁଥିବା ଝିଅର ମୃତ୍ୟୁ ଭାଜପା ବ୍ୟବସ୍ଥା ଦ୍ୱାରା ଏକ ସିଧାସଳଖ ହତ୍ୟା। ସେହି ସାହସୀ ଛାତ୍ରୀ ଯୌନ ଶୋଷଣ ବିରୁଦ୍ଧରେ ସ୍ବର ଉଠାଇଥିଲେ। କିନ୍ତୁ ନ୍ୟାୟ ବଦଳରେ ତାଙ୍କୁ ବାରମ୍ବାର ଧମକ, ହଇରାଣ, ଅପମାନିତ କରାଯାଇଥିଲା। ଯେଉଁମାନେ ତାଙ୍କୁ ସୁରକ୍ଷା ଦେବା କଥା, ସେମାନେ ତାଙ୍କୁ ଭାଙ୍ଗି ଚାଲିଥିଲେ। ପ୍ରତ୍ୟେକ ଥର ପରି, ଭାଜପା ବ୍ୟବସ୍ଥା ଅଭିଯୁକ୍ତଙ୍କୁ ସୁରକ୍ଷା ଦେଇ ଚାଲିଥିଲା ଏବଂ ଏକ ର୍ନିଦ୍ଦୋଷ ଝିଅକୁ ନିଜକୁ ଜାଳି ଦେବାକୁ ବାଧ୍ୟ କରିଥିଲା। ଏହା ଆତ୍ମହତ୍ୟା ନୁହେଁ, ଏହା ବ୍ୟବସ୍ଥା ଦ୍ୱାରା ଏକ ସଂଗଠିତ ହତ୍ୟା। ରାହୁଲ ଆହୁରି ଲେଖିଛନ୍ତି, ମୋଦି ଜୀ, ଓଡ଼ିଶା ହେଉ କି ମଣିପୁର , ଦେଶର ଝିଅମାନେ ଜଳୁଛନ୍ତି, ଭାଙ୍ଗି ପଡୁଛନ୍ତି, ଆତ୍ମହତ୍ୟା କରୁଛନ୍ତି ଆଉ ଆପଣ? ଆପଣ ଚୁପ ବସିଛନ୍ତି। ଦେଶ ଆପଣଙ୍କ ନୀରବତା ଚାହେଁ ନାହିଁ, ଏହା ଉତ୍ତର ଚାହେଁ। ଭାରତର ଝିଅମାନେ ସୁରକ୍ଷା ଏବଂ ନ୍ୟାୟ ଚାହାଁନ୍ତି।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ