ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣା, ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

କଟକ : ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ୱାରା କରିବା ପାଇଁ ପ୍ରାର୍ଥନା କରି ଗୁରୁବାର ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ମାନବାଧିକାର କର୍ମୀ ତଥା ଆଇନଜୀବୀ ଶିବଶଙ୍କର ମହାନ୍ତି ଏହି ମାମଲା ଦାଏର କରିବା ସହ ଅଦାଲତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ କରାଯାଉ ବୋଲି ନିବେଦନ କରିଛନ୍ତି । ଆବେଦନକାରୀ ତାଙ୍କ ପିଟିସନ୍‌ରେ ଦର୍ଶାଇଛନ୍ତି ଯେ, ସୌମ୍ୟାଶ୍ରୀ ବିଶି ଏଫ୍‌ଏମ୍‌ କଲେଜର ଅଧ୍ୟାପକ ତଥା ବିଭାଗୀୟ ମୁଖ୍ୟଙ୍କ ଦ୍ୱାରା ନିର୍ୟାତନାର ଶିକାର ହୋଇଥିଲେ । ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ ସେ ବିଭିନ୍ନ ଫୋରମ୍‌ରେ ଅଭିଯୋଗ କରିଥିଲେ । କିନ୍ତୁ ସବୁଠୁ ନିରାଶ ହେବାପରେ ଆତ୍ମାହୁତି ଭଳି ଚରମ ପଦକ୍ଷେପ ନେଇଥିଲେ । ଏହାକୁ ନେଇ ରାଜ୍ୟବ୍ୟାପୀ ପ୍ରତିକ୍ରିୟା ସୃଷ୍ଟି ହୋଇଛି । ଏହା ଅତିସମ୍ବେଦନଶୀଳ ଘଟଣା ହୋଇଥିବାରୁ ଏହାର ଉପଯୁକ୍ତ ତଦନ୍ତ ହେବାର ଆବଶ୍ୟକତା ରହିଛି ବୋଲି ଆବେଦନକାରୀ ପିଟିସନ୍‌ରେ ଯୁକ୍ତି ଦର୍ଶାଇଛନ୍ତି ।

ଏଭଳି ଅଘଟଣର ଯେପରି ପୁନରାବୃତ୍ତି ନଘଟେ ସେଥିପାଇଁ ଅଦାଲତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହାର ତଦନ୍ତର ଆବଶ୍ୟକତା ରହିଛି । ଅଦାଲତ କିଛି ନିରପେକ୍ଷ ଅଧିକାରୀଙ୍କୁ ନେଇ ଏସ୍‌ଆଇଟି ଗଠନ ଓ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତଦନ୍ତ ଶେଷ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ପିଟିସନ୍‌ରେ ପ୍ରାର୍ଥନା କରାଯାଇଛି । ଛାତ୍ରୀଙ୍କୁ କିଭଳି ନିର୍ୟାତନା ଦିଆଯାଇଛି, ଏଥିରେ କଲେଜ ପ୍ରଶାସନର ଭୂମିକା, ୟୁଜିସି ଗାଇଡ୍‌ଲାଇନ୍‌ ଅନୁସାରେ ପଦକ୍ଷେପ ଗ୍ରହଣ କରାଯାଇଥିଲା କି ନା, ଛାତ୍ରୀଙ୍କୁ ଆତ୍ମହୁତି ପାଇଁ ପ୍ରରୋଚିତ କରାଯିବା ଆଦି ବିଭିନ୍ନ ଦିଗକୁ ନେଇ ତଦନ୍ତ ଲାଗି ଅଦାଲତ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ନିବେଦନ କରିଛନ୍ତି ।

କେବଳ ସେତିକି ନୁହେଁ, ମାମଲାର କ୍ରାଇମ୍‌ବ୍ରାଞ୍ଚ୍‌ ତଦନ୍ତ ଆରମ୍ଭ ହୋଇଥିବାରୁ ଏହାର ସ୍ଥିତି ସମ୍ପର୍କରେ ପୁଲିସ ଡିଜି ରିପୋର୍ଟ ଦାଖଲ କରିବାର ଆବଶ୍ୟକତା ଥିବା ଆବେଦନକାରୀ ଦର୍ଶାଇଛନ୍ତି । ସେହିପରି ଗତ ୧୫ ତାରିଖରେ ୟୁଜିସି ପକ୍ଷରୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କରାଯାଇଥିଲା । ଏହି ଟିମ୍‌ର ତଦନ୍ତ ରେକର୍ଡ ଦାଖଲ କରାଯିବା ନେଇ ମଧ୍ୟ ଆବେଦନକାରୀ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ