ସ୍କୁଲକୁ ଅଣ୍ଡା ଯୋଗାଇ ପାରିଲେନି, କ୍ଷୀର ଯୋଗାଇବେ କିପରି:କଂଗ୍ରେସ

ଭୁବନେଶ୍ବର : ସ୍କୁଲ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀମାନଙ୍କୁ ୨୦୦ ମିଲିମିଟର ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ସରକାର ଯୋଜନା କରୁଛନ୍ତି । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନକୁ ସଶକ୍ତ କରାଯିବ। ଏହି ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି। ଏଥିରେ ପାଖାପାଖି ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି। ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ଦୁଇ ଶହ ମିଲିଲିଟର କ୍ଷୀର ଦେବା ନେଇ ଶୁଭାରମ୍ଭ ହୋଇଛି।

ଅନ୍ୟପଟେ କଂଗ୍ରେସ ବିଧାୟକ ମଙ୍ଗୁ ଖିଲ କହିଛନ୍ତି ରାଜ୍ୟ ସରକାର ସ୍କୁଲକୁ ଅଣ୍ଡା ଯୋଗାଇ ପାରିଲେନି, କ୍ଷୀର ଯୋଗାଇବେ କିପରି? ରାଜ୍ୟ ସରକାର ମଧ୍ୟାହ୍ନ ଭୋଜନରେ ଅଣ୍ଡା ଯୋଗାଇ ପାରିଲେନି, ଅଣ୍ଡା ଗୋଟା ୫ ଟଙ୍କାରୁ ୭ଟଙ୍କାରେ ପହଞ୍ଚିଛି। ସରକାର ୭ଟଙ୍କାର ଅଣ୍ଡା ଦେଇ ପାରୁନାହାନ୍ତି କ୍ଷୀର ଲିଟର ୫୦ ଟଙ୍କା, କିପରି ଦେବେ ? ନା ଏହା କେବଳ ପ୍ରସାର ଓ ପ୍ରଚାର ପାଇଁ । ପ୍ରଥମେ ସ୍କୁଲ ମଧ୍ୟାହ୍ନ ଭୋଜନ ଠିକ୍ ସେ ଦିଅନ୍ତୁ।
ସେପଟେ ସରକାରଙ୍କ ଏହି ପଦକ୍ଷେପକୁ ବିରୋଧୀ ବିଜେଡି ଓ କଂଗ୍ରେସ ସ୍ବାଗତ କରିଛନ୍ତି। କିନ୍ତୁ ସରକାର ଏହାକୁ କେବଳ ପ୍ରଚାର ନକରି କାମରେ କରନ୍ତୁ ବୋଲି ବିଜେଡି କହିଛି। ବିଜେଡି ନେତା ପ୍ରଶାନ୍ତ ମୁଦୁଲି କହିଛନ୍ତି ସରକାର ମଧ୍ୟାହ୍ନ ଭୋଜନ ସବୁ ସ୍କୁଲରେ ସଠିକ୍ ଭାବରେ ଦିଅନ୍ତୁ। ମଧ୍ୟାହ୍ନ ଭୋଜନ ଅଣ୍ଡା ଦିଆଯାଉଥିଲା, ତାହା ଦିଆଯାଉ। କ୍ଷୀର ଦେଲେ କିଛି ଅସୁବିଧା ନାହିଁ । ସରକାର ପୂର୍ବରୁ ଯେମିତି ଅଣ୍ଡା ଦିଆଯାଉଥିଲା ଦିଅନ୍ତୁ।

  • Related Posts

    ଭୁବନେଶ୍ବର ଫେରିଲେ କଂଗ୍ରେସ ବିଧାୟକ

    ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ହଟାଅ ଅଭିଯାନରେ ଦିଲ୍ଲୀ ଯାଇଥିବା କଂଗ୍ରେସର ୫ ବିଧାୟକ ଶୁକ୍ରବାର ରାତିରେ ଭୁବନେଶ୍ବର ଫେରିଛନ୍ତି। ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ବରେ ସି.ଏସ. ରାଜନ ଏକ୍କା, ମଙ୍ଗୁ ଖିଲ,…

    Continue reading
    ପୋଲିସ ଆଇନର ରକ୍ଷକ ନୁହେଁ, ସତ୍ତାର ସୁରକ୍ଷା କର୍ମୀ:କଂଗ୍ରେସ

    ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଜଣେ ଦୁଷ୍କର୍ମ ପୀଡିତାଙ୍କୁ ପୋଲିସର ନିର୍ଯାତନା ଏବଂ ଅର୍ଥ ଆଦାୟ ବିଷୟକୁ ନେଇ ଓଡିଶା ପୋଲିସ ପୁଣି ଥରେ କଳା କାରନାମା ରଚିଛି ଏବଂ ଏହାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ