ସ୍କୁଲ୍‌‌ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି କାଏମ୍‌‌

କଟକ: ଯେଉଁ ବିଦ୍ୟାଳୟରେ ୨୦ରୁ କମ୍‌‌ ପିଲା ପାଠ ପଢୁଥିବେ ଉକ୍ତ ବିଦ୍ୟାଳୟକୁ ବନ୍ଦକରି ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ଉଚ୍ଚ ନ୍ୟାୟାଳୟ କାଏମ୍‌‌ ରଖିଛନ୍ତି। ସ୍କୁଲ୍‌‌ ମିଶ୍ରଣ ବିଜ୍ଞପ୍ତିକୁ ହାଇକୋର୍ଟର ଜଣିକିଆ ବିଚାରପତି ରଦ୍ଦ କରିବା ପରେ ଏହାକୁ ବିରୋଧ କରି ରାଜ୍ୟ ସରକାର ହାଇକୋର୍ଟକୁ ରିଟ୍‌‌ ଅପିଲ୍‌‌ରେ ଆସିଥିଲେ।  ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଏବଂ ବିଚାରପତି ଏମ୍‌‌.ଏସ୍‌‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଜଣିକିଆ ବିଚାରପତିଙ୍କ ଆଦେଶକୁ ରଦ୍ଦ କରି ଦେଇଛନ୍ତି।  ସ୍କୁଲ୍‌‌ ମିଶ୍ରଣକୁ ବିରୋଧ କରି ଆସିଥିବା ଆବେଦନକାରୀମାନେ ଜିଲା ଅଭିଯୋଗ ପ୍ରକୋଷ୍ଠରେ ସେମାନଙ୍କ ଅଭିଯୋଗ ରଖିପାରିବେ ବୋଲି ଅଦାଲତ କହିଛନ୍ତି। ଆବେଦନକାରୀଙ୍କ ଅଭିଯୋଗ ଉପରେ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାକୁ ନ୍ୟାୟାଳୟ କହିଛନ୍ତି।
୨୦୧୮ ମସିହା ମେ’ ୧୪ରେ ରାଜ୍ୟ ସରକାର ସ୍କୁଲ୍‌‌ ମିଶ୍ରଣ ପାଇଁ ଏକ ନିୟମାବଳୀ ଆଣି ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦୨୦ ମାର୍ଚ୍ଚ ୧୧ରେ ଏକ ନିର୍ଦେଶନାମା ଜାରି କରାଯାଇଥିଲା। ତେବେ ବିଦ୍ୟାଳୟ ମିଶ୍ରଣକୁ ବିରୋଧ କରି ହାଇକୋର୍ଟରେ ୧୬୮ଟି ମାମଲା ରୁଜୁ ହୋଇଥିଲା। ସମସ୍ତ ମାମଲାର ଏକତ୍ର ଶୁଣାଣି କରି ହାଇକୋର୍ଟର ଜଣିକିଆ ବିଚାରପତି ୨୦୨୧ ମେ’ ୪ରେ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦ କରି ଦେଇଥିଲେ। ଯେଉଁ ବିଦ୍ୟାଳୟଗୁଡ଼ିକ ମିଶ୍ରଣ ହୋଇଯାଇଛି, ସେସବୁକୁ ପୁନଃ ଅବସ୍ଥାକୁ ଫେରାଇ ଆଣିବାକୁ ନିର୍ଦେଶ ଦେଇଥିଲେ। ଏହି ଆଦେଶ ବିରୋଧରେ ରାଜ୍ୟ ସରକାର ରିଟ୍‌‌ ଅପିଲ୍‌‌ରେ ଉଚ୍ଚ ନ୍ୟାୟାଳୟକୁ ଆସିଥିଲେ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ