ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ରାଜ୍ୟସ୍ତରୀୟ ବାଦ୍ୟ ପ୍ରତିଯୋଗିତା

ଭୁବନେଶ୍ୱର: ରାଜ୍ୟସ୍ତରୀୟ ବାଦ୍ୟ ପ୍ରତିଯୋଗିତା ଆଜି ପୂର୍ବାହ୍ନରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୬, ଭୁବନେଶ୍ୱର ପରିସରରେ ଆୟୋଜିତ ହୋଇଯାଇଛି । ଉକ୍ତ କାର୍ୟ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ, ଶ୍ରୀମତୀ ନିୟତି ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପିଲାମାନଙ୍କୁ ବାଦ୍ୟ ପ୍ରତିଯୋଗିତାର ଉଦ୍ଦେଶ୍ୟ ତଥା ଆବଶ୍ୟକତା ସର୍ମ୍ପକରେ ଅବଗତ କରିଛନ୍ତି । ଓଡ଼ିଶାର ବିଭିନ୍ନ ଜୋନରୁ ଆସିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ ବାଦ୍ୟ କ୍ଷେତ୍ରରେ ସେମାନଙ୍କର ପାରଙ୍ଗମତାକୁ ପ୍ରଶଂସା କରିଛନ୍ତି । ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ, ଶ୍ରୀଯୁକ୍ତ ବୀରେନ୍ଦ୍ର କର୍‌କରା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ବାଦ୍ୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଦଳଗୁଡ଼ିକୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଜାତାବାଳା ଦାସ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଓସେପାର ଯୁଗ୍ମ ନିର୍ଦ୍ଦେଶକ ହିମାଂଶୁ ଭୂଷଣ ସାମର୍ଥ ଅତିଥିବୃନ୍ଦ ଓ କର୍ମକର୍ତ୍ତାମାନଙ୍କୁ ଉକ୍ତ କାର୍ୟ୍ୟକ୍ରମରେ ଯୋଗଦେଇଥିବାରୁ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିସହ ଅପରାହ୍ନରେ ଆୟୋଜିତ ଉଦଯାପନୀ ଉତ୍ସବରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ନିର୍ଦ୍ଦେଶକ ଶ୍ରୀମତୀ ସ୍ମିତା ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପିଲାମାନଙ୍କୁ ରାଜ୍ୟସ୍ତରୀୟ ବାଦ୍ୟ ପ୍ରତିଯୋଗିତାରେ ସେମାନଙ୍କର ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇବା ସହିତ ମାନପତ୍ର ଓ ଟ୍ରଫି ପ୍ରଦାନ କରିଥିଲେ । ପିଲାମାନେ ପରବର୍ତ୍ତୀ ସମୟରେ ଅଭ୍ୟାସ ଜାରିରଖି ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ମଧ୍ୟ ଆହ୍ୱାନ କରିଛନ୍ତି । ଅନ୍ୟ ଅତିଥିମାନଙ୍କ ମଧ୍ୟରେ ପିଏମ-ପୋଷଣର ରାଜ୍ୟ ନୋଡାଲ୍ ଅଧିକାରୀ ଶ୍ରୀଯୁକ୍ତ ଭବାନୀ ପ୍ରସାଦ ମିଶ୍ର ଉତ୍ସବରେ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ପିଲାମାନଙ୍କୁ ଉତ୍ସାହିତ କରିଥିଲେ । ପରିଶେଷରେ ଓସେପାର ଯୁଗ୍ମ ନିର୍ଦ୍ଦେଶକ ଡ. ସନ୍ତୋଷ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ । ଏଠାରେ ପ୍ରକାଶ ଥାଉକି, ରାଜ୍ୟସ୍ତରୀୟ ବାଦ୍ୟ ପ୍ରତିଯୋଗିତା -୨୦୨୫ ରେ ରାଜ୍ୟର ୬ଟି ଜୋନରୁ ୩୩୨ଜଣ ଛାତ୍ରଛାତ୍ରୀ ଓ ୨୪ ଜଣ ସହଯୋଗୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉକ୍ତ ଉତ୍ସବରେ ଯୋଗଦେଇଛନ୍ତି । ଏଥିସହ ରାଜ୍ୟସ୍ତରୀୟ କଳା ଉତ୍ସବ ୨୦୨୫ ମଧ୍ୟ ଉଦଯାପିତ ହୋଇସାରିଛି । ଏହି ଉଭୟ କାର୍ୟ୍ୟକ୍ରମ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୬, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଥିଲା । ସଂପୂର୍ଣ୍ଣ କାର୍ୟ୍ୟକ୍ରମଟିକୁ ଓସେପାର ଯୁଗ୍ମ ନିର୍ଦ୍ଦେଶକ ଡ. ସନ୍ତୋଷ କୁମାର ରାଉତ ସଂଯୋଜନା କରିଥିଲେ । କାର୍ୟ୍ୟକ୍ରମଟିକୁ ପରିଚାଳନା କରିବାରେ ଓସେପାର ଯୁଗ୍ମ ନିର୍ଦ୍ଦେଶକ ପ୍ରାଚୀ ତନୟା ଗିରି, ଉପ- ନିର୍ଦ୍ଦେଶକ ପ୍ରଦୋଷ କୁମାର ନାୟକ ଓ ତନ୍ମୟ କୁମାର ବେହେରା , ପ୍ରଶିକ୍ଷଣ ସହାୟିକା ଶ୍ରୀମତୀ ଜୟା ବାନାର୍ଜୀ ଓ ଶିକ୍ଷକ ମୂରଲୀଧର ପରିଡ଼ା ସହାୟତା କରିଥିଲେ ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ