ସ୍କୁଲ ବହି ତ୍ରୁଟି:ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦେଶକ ନିଲମ୍ବିତ

୬ ଜଣ ସହକାରୀ ନିର୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା କମିଟି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ପ୍ରଦାନ କରିଛି।

କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି।

ଏହି ନିଷ୍ପତି ଅନୁଯାୟୀ
ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର (Teachers Training & SCERT) ତତ୍କାଳୀନ ନିର୍ଦ୍ଦେଶକ ଶ୍ରୀ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ କୁମାର ସାହୁ, ଓ ଭାରତୀ ଟୁଡୁଙ୍କୁ ନିଲମ୍ବିତ କରାଯାଇଛି।

ଏହା ସହିତ ୬ ଜଣ ସହକାରୀ ନିର୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏମାନେ ହେଲେ ବନ୍ଦିତା ପଟ୍ଟନାୟକ, ମାନସ ରଞ୍ଜନ ରାଉତ, ମନୋରଞ୍ଜନ ମହାପାତ୍ର, ଡକ୍ଟର ପ୍ରଶାନ୍ତ କୁମାର ସାହୁ, ମାନସ କୁମାର ନାୟକ ଏବଂ ଡକ୍ଟର ସୁଦର୍ଶନ ସନ୍ତରା ।

ପିଲାଙ୍କ ଶିକ୍ଷା ଓ ତ୍ରୁଟି ସୁଧାରିବା ପାଇଁ କମିଟି ୧୪ ଟି ସୁପାରିଶ କାର୍ଯ୍ୟକାରୀ କରାଯିବ।
ଏଗୁଡ଼ିକ ହେଉଛି SCERT ପକ୍ଷରୁ ମାଷ୍ଟର ତ୍ରୁଟି (Errata) ରେଜିଷ୍ଟର ପ୍ରସ୍ତୁତ କରାଯିବ, ସବୁ ପିଲାଙ୍କୁ ସଂଶୋଧିତ ତଥ୍ୟ ପ୍ରଧାନ କରାଯିବ, SCERT ରେ Quality Assurance Cell ଖୋଲାଯିବ ଇତ୍ୟାଦି। ଏହା ସହିତ ଭବିଷ୍ୟତରେ କୌଣସି ପାଠ୍ୟ ପୁସ୍ତକ ଭାଷା, ଚିତ୍ର, ତଥ୍ୟ ଓ ଛପା ହେବାପାଇଁ ଆବଶ୍ୟକ ଅନୁମୋଦନ ବିନା ପ୍ରିଣ୍ଟିଙ୍ଗ ପ୍ରେସ କୁ ଯିବ ନାହିଁ।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ