ସ୍ନାତକ ଓ ସ୍ନାତକୋତ୍ତର ପାଠପଢ଼ା ଆରମ୍ଭ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନଙ୍କର ଶ୍ରେଣୀଗୃହ ପାଠପଢ଼ା ଜୁଲାଇ ୧୦ ତାରିଖ ଠାରୁ ଆରମ୍ଭ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି କରାଯାଇଥିବା ସମୟ ସାରଣୀ ଅନୁଯାୟୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଜୁଲାଇ ୧୦ ତାରିଖରୁ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହୋଇଛି। ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ନାମଲେଖା ପ୍ରକିୟାର ଫେଜ୍‌-୧ ତୃତୀୟ ପର୍ୟ୍ୟାୟ ଶେଷହେବା ପର୍ୟ୍ୟନ୍ତ, ୧,୬୦,୨୫୫ ଜଣ ଛାତ୍ରଛାତ୍ରୀ ସ୍ନାତକ ଶ୍ରେଣୀରେ ନାମ ଲେଖାଇଥିବାବେଳେ ୧୮,୪୨୮ ଜଣ ଛାତ୍ରଛାତ୍ରୀ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇଛନ୍ତି। ସ୍ନାତକ ଶ୍ରେଣୀ ପାଇଁ ଫେଜ୍‌-୧ ସ୍ପଟ ଆଡ଼ମିଶନ ପ୍ରକ୍ରିୟା (ସ୍ପଟ ନାମଲେଖା ପ୍ରକିୟା) ଆସନ୍ତା ଜୁଲାଇ ୧୬ ତାରିଖରେ ସମାପ୍ତ ହେବ। ସେହିପରି ଭାବେ ସ୍ନାତକୋତ୍ତର ପାଠ୍ୟକ୍ରମର ଶେଷ ପର୍ୟ୍ୟାୟ ନାମ ଲେଖା ପ୍ରକିୟା ଆସନ୍ତା ଜୁଲାଇ ୨୫ ତାରିଖରେ ସମାପ୍ତ ହେବ।
ପ୍ରକାଶଯୋଗ୍ୟ ଯେ, ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ସ୍ନାତକ ଓ ସ୍ନାତକୋତ୍ତର ଶ୍ରେଣୀର ପାଠ୍ୟକ୍ରମକୁ ସଠିକ ସମୟରେ ଆରମ୍ଭ କରିବା ପାଇଁ ଶିକ୍ଷାବର୍ଷ-୨୦୨୫-୨୬ରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଏହି ନିଷ୍ପତ୍ତି ଫଳରେ ସ୍ନାତକ ଓ ସ୍ନାତକୋତ୍ତର ଶ୍ରେଣୀରେ ସଠିକ ସମୟରେ ପାଠପଢ଼ା ଆରମ୍ଭ ହେବା ସହିତ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହେବେ।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ