ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଇସ୍ରୋ

ନୂଆଦିଲ୍ଲୀ: ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍‌କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ୟ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦୁଇ ସାଟେଲାଇଟ୍ ସୁରକ୍ଷିତ ଥିବା ମଧ୍ୟ ସୂଚନା ଦେଇଛି ଇସ୍ରୋ।

ପୂର୍ବରୁ ୭ ତାରିଖରେ ଡକିଂ ପାଇଁ ସମୟ ଧାର୍ୟ୍ୟ ହୋଇଥିବା ବେଳେ ଏହାକୁ ମଧ୍ୟ ସ୍ଥଗିତ ରଖାଯାଇଥିଲା। ଡିସେମ୍ବର ୩୦ରେ ଉତକ୍ଷେପଣ ପରେ, ୨ଟି ଯାକ ସ୍ପେସକ୍ରାଫ୍ଟ ପୃଥିବୀ ପୃଷ୍ଠରୁ ୪୭୦ କିଲୋମିଟର ଉଚ୍ଚତାରେ ବୃତ୍ତାକାର କକ୍ଷପଥରେ ଘୁରି ବୁଲୁଛନ୍ତି।ଉଭୟ ଚେଜର୍ ଓ ଟାର୍ଗେଟର ଓଜନ ୨୨୦ କିଲୋଗ୍ରାମ୍ ଲେଖାଏଁ ହୋଇଥିବା ବେଳେ, ସେମାନେ ମହାକାଶରେ ଘଣ୍ଟାପ୍ରତି ୨୪ ହଜାର କିଲୋମିଟର ବେଗରେ ଘୁରି ବୁଲୁଛନ୍ତି। ଏଭଳି ସ୍ଥିତିରେ ସେମାନଙ୍କୁ ନିଖୁଣ ଭାବେ ଯୋଡ଼ିବା ଇସ୍ରୋ ପାଇଁ ବଡ଼ ଚାଲେଞ୍ଜ।

ଏହା ଖୁବ୍ ସୂକ୍ଷ୍ମ ପ୍ରକ୍ରିୟା ହୋଇଥିବା ବେଳେ, ଏଥିରେ ସଫଳତା ମିଳିଲେ ଡକିଂ ଟେକ୍ନୋଲୋଜି ହାସଲ କରିବାରେ ଆମେରିକା, ରୁଷ ଓ ଚୀନ ପରେ ଚତୁର୍ଥ ଦେଶ ପାଲଟିବ ଭାରତ। ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ ଏବଂ ଚନ୍ଦ୍ରଯାନ-୪ ମିଶନ ପାଇଁ ଡକିଂ ଟେକନୋଲୋଜି ନିତାନ୍ତ ଜରୁରୀ।

  • Related Posts

    ଟାଇଗର ନୁହଁ , ସଲମାନ ଖାନ୍ ଥିଲେ ଟାର୍ଗେଟ୍

    ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ତଦନ୍ତରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଟାଇଗର ଶ୍ରଫ୍‌ ନୁହଁନ୍ତି, ବରଂ ଅଭିନେତା ସଲମାନ ଖାନ୍ ଥିଲେ ଆକ୍ରମଣକାରୀଙ୍କ ମୂଳ ଟାର୍ଗେଟ୍‌ ବୋଲି ଜଣାପଡ଼ିଛି। ସଲମାନଙ୍କ ଘର ଆଖପାଖରେ କଡ଼ା…

    Continue reading
    ଶେଷ ପର୍ଯ୍ୟାୟରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ଗତ ବର୍ଷେରୁ ଅଧିକ ସମୟରୁ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସମେତ ଅନେକ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି