ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ବିରୋଧୀ: ଗୃହରେ ଅଚଳାବସ୍ଥା ଜାରି

ଭୁବନେଶ୍ୱର: ଦିବଙ୍ଗତ ବିଧାୟକ ନାରାୟଣ ସାହୁଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ । ଆମର ଆତ୍ମାର ସଦଗତି କାମନା କରି ବିଧାନସଭାରେ 1 ମିନିଟ ନିରବ ପ୍ରାର୍ଥନା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦିବଂଗତ ବିଧାୟକ ନାରାୟଣ ସାହୁଙ୍କ ନିଧନରେ ଶୋକ ପ୍ରସ୍ତାବ ଆଣିଥିଲେ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କଡ଼ାମ, ସିପିଏମ୍ ବିଧାୟକ ଲକ୍ଷଣ ମୁଣ୍ଡା ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ।

ଶୋକ ପ୍ରସ୍ତାବ ପରେ ପ୍ରଶ୍ନକାଳ ଆରମ୍ଭ ହେବା କ୍ଷଣି ବିରୋଧୀ ଦଳ ସଦସ୍ୟମାନେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗୃହର ମଧ୍ୟଭାଗକୁ ଆସି ବିରୋଧ ପ୍ରଦର୍ଶନ କରିଥିଲେ । ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ସରକାରଙ୍କ ଉପରେ ଚାପ ପକାଇବାକୁ ଚେଷ୍ଟା କରିଥିଲେ । SCB ଅଗ୍ନିକାଣ୍ଡ ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସ୍ଲୋଗାନ ଦେବା ସହ ରାଜ୍ୟ ସରକାରଙ୍କ ଅପାରଗତା ଅଭିଯୋଗ ଆଣି SCB ସୁପରିଟେଣ୍ଡେଣ୍ଟଙ୍କ ଗିରଫ ଦାବି କରିଥିଲେ ।ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହରେ କୌଣସି ଆଲୋଚନା ହୋଇପାରିନି । ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ ଅନୁରୋଧ କରିଥିଲେ ମଧ୍ୟ ବିରୋଧୀ ଜିଦ୍ଦିରେ ଅଟଳ ରହିଛନ୍ତି ।
ବିରୋଧୀ ବିଜେଡିକୁ ଖୋରାକ ଯୋଗାଉଛି ନବୀନଙ୍କ ଉପସ୍ଥିତି । ନବୀନ ପଟ୍ଟନାୟକ ଗୃହରେ ପ୍ରତିବାଦ କରିଛନ୍ତି । ନିଜ ସିଟ୍ ରେ ବସି ରହି ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ସହ ଆଲୋଚନା କରିଥିଲେ ନବୀନ। ବିଜେଡିର ତମାମ ବିଧାୟକ ପ୍ଲାକାର୍ଡ ଧରି ବାଚସ୍ପତିଙ୍କ ପୋଡିୟମ ତଳେ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ ।ଗୃହ ସ୍ୱାଭାବିକ ନହେବାରୁ ବାଚସ୍ପତି ଗୃହକୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ