ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ହାସଲ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି।ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ, ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜ ପାଇଁ ମଧ୍ୟ ୧୦୦ ଟି ସିଟ୍ ଅନୁମୋଦିତ ହୋଇଛି।ଚଳିତ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢା ଆରମ୍ଭ ହେବ।ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଏହି ମଞ୍ଜୁରୀ କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲ ଖୁଣ୍ଟ କରି ପାରିଛି। ଗୋଟିଏ ବର୍ଷରେ ୨୦୦ ଅଧିକ ଓଡ଼ିଆ ଛାତ୍ର ଛାତ୍ରୀ ଚଳିତ ଶିକ୍ଷା ବର୍ଷ ଠାରୁ ଡାକ୍ତରୀ ଶିକ୍ଷା ଗ୍ରହଣ କରି ପାରିବେ।

ନୂଆ ସରକାର ଦାୟିତ୍ଵ ଗ୍ରହଣ କରିବା ପରଠାରୁ ଓଡ଼ିଶାର ସ୍ବାସ୍ଥ୍ୟ ସେବା ଓ ସ୍ଵାସ୍ଥ୍ୟ ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ କରି ଚାଲିଛନ୍ତି। ଏହି ମଞ୍ଜୁରୀ ଦ୍ଵାରା ସରକାରଙ୍କ ଉଦ୍ୟମ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା…

    Continue reading
    ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି

    ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର