ହଜମ ପ୍ରକ୍ରିୟାକୁ ସୁସ୍ଥ ରଖେ ଅମୃତଭଣ୍ଡା

ଅମୃତଭଣ୍ଡା ସ୍ୱାସ୍ଥ୍ୟ ଉପକାରୀ ଗୁଣର ଏକ ଖଣି। ଏଥିରେ ଥିବା ଉପାଦାନ ସ୍ୱାସ୍ଥ୍ୟ ପାଇଁ ବେଶ୍ ଲାଭଦାୟକ। ଏହା କେବଳ ସ୍ୱାଦିଷ୍ଟ ନୁହେଁ, ସ୍ୱସ୍ଥ୍ୟକର ମଧ୍ୟ। ଅମୃତଭଣ୍ଡାରେ ପ୍ରଚୁର ପରିମାଣରେ ଭିଟାମିନ୍ ସି, ଭିଟାମିନ୍ ଏ, ଫୋଲେଟ୍, ଫାଇବର, କପର୍, ମ୍ୟାଗ୍ନେସିୟମ୍ ଏବଂ ପୋଟାସିୟମ୍ ଥାଏ, ଯାହା ସ୍ୱାସ୍ଥ୍ୟରେ ଉନ୍ନତି ଆଣେ। ତେବେ ଅମୃତଭଣ୍ଡା ଖାଇବା ଦ୍ୱାରା କି କି ସ୍ୱାସ୍ଥ୍ୟ ଉପକାରିତା ମିଳିଥାଏ, ଜାଣନ୍ତୁ…

ହୃଦ୍ ରୋଗରୁ ରକ୍ଷାକରେ: ଅମୃତଭଣ୍ଡାରେ ଭିଟାମିନ୍ ଏ, ଭିଟାମିନ୍ ସି ଏବଂ ଭିଟାମିନ୍ ଇ ପରି ଅଧିକ ପରିମାଣର ଆଣ୍ଟିଅକ୍ସିଡାଣ୍ଟ ଥାଏ। ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏହି ଫଳ ହୃଦରୋଗର ଆଶଙ୍କାକୁ ହ୍ରାସ କରିଥାଏ। ଏହା ମଧ୍ୟ କୋଲେଷ୍ଟ୍ରଲକୁ ହ୍ରାସ କରେ। ଓଜନ ହ୍ରାସ କରେ: ଓଜନ ହ୍ରାସରେ ଅମୃତଭଣ୍ଡା ବେଶ୍ ଲାଭଦାୟକ। ଏଥିରେ ଅଧିକ ଫାଇବର ଏବଂ କମ୍ କ୍ୟାଲୋରୀ ଥାଏ। ଫଳରେ ଅମୃତଭଣ୍ଡା ଖାଇବା ଦ୍ୱାରା ଭୋକ ଲାଗିନଥାଏ। ଯାହା ଦ୍ୱାରା ଓଜନ ହ୍ରାସ ସହଜ ହୋଇଥାଏ।

ହଜମ ପ୍ରକ୍ରିୟାରେ ଉନ୍ନତି ଆଣେ: ଅମୃତଭଣ୍ଡାରେ ଦୁଇଟି ଏନଜାଇମ୍ ପେପେନ୍ ଏବଂ କାଇମୋପେପେନ୍ ରହିଥାଏ। ଏହି ଦୁଇଟି ଏନଜାଇମ୍ ହଜମ କରିବାରେ ସାହାଯ୍ୟ କରିଥାଏ। ରୋଗ ପ୍ରତିରୋଧକ ଶକ୍ତି ବଢାଏ: ଭିଟାମିନ୍ ସିରେ ଭରପୂର ଅମୃତଭଣ୍ଡା ଖାଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବଢିଥାଏ। ଫଳରେ ସଂକ୍ରମଣଜନିତ ରୋଗ ହେବାର ଆଶଙ୍କା କମ୍ ରହିଥାଏ। ଚର୍ମ ପାଇଁ ଲାଭଦାୟକ: ଅମୃତଭଣ୍ଡାରେ ଭିଟାମିନ୍ ସି, ଭିଟାମିନ୍ ଇ, ବିଟା-କାରୋଟିନ୍ ପରି ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରପୂର ଥାଏ। ତେଣୁ ଅମୃତଭଣ୍ଡା ଖାଇବା ଦ୍ୱାରା ଚର୍ମ କୁଞ୍ଚନ ସମସ୍ୟା ଦୂର ହୋଇଥାଏ।

  • Related Posts

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ମୁମ୍ବାଇ : ଜ୍ୟୋତିର୍ମୟୀ ନାୟକ, ଇଣ୍ଡିଆନ୍ ଆଇଡଲ୍ ସିଜିନ୍ 16ର ଚାମ୍ପିଅନ୍ ମୁକୁଟ ପିନ୍ଧାଇଛନ୍ତି, ଏବଂ ସେ ଟାଇଟଲ୍ ଜିତିଥିବା ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ ଇତିହାସ ରଚିଛନ୍ତି । ଏଥିସହ ଇଣ୍ଡିଆନ୍ ଆଇଡଲ୍ 16 ବିଜେତା ଭାବେ ଜ୍ୟୋତିର୍ମୟୀ ନାୟକ…

    Continue reading
    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଓଡ଼ିଶାର ସଙ୍ଗୀତ ଦୁନିଆ ପାଇଁ ଗର୍ବର ମୁହୂର୍ତ୍ତ ।ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ରଗ୍ରାଣ୍ଡ୍ ଫିନାଲେରେ ପହଞ୍ଚିଛନ୍ତି ସୁମଧୁର କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ । ତାଙ୍କର ଏହି ଅସାଧାରଣ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁଅଭିନନ୍ଦନ ଜଣାଇଛନ୍ତି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ