ହଟ୍ଟଗୋଳ ଭିତରେ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ହୋହଲ୍ଲା ଦୋଯାଇଛି। ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ସହ ନାରାବାଜି ଦେଖିବାକୁ ମିଳିଛି। କେନ୍ଦୁଝର ପ୍ରସଙ୍ଗ ଉଠାଇ ସରକାର ଘେରିବାକୁ କଂଗ୍ରେସ ସଦସ୍ୟ ଉଦ୍ୟମ କରିଛନ୍ତି। ହଟ୍ଟଗୋଳ ମଧ୍ୟରେ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ବିଷୟରେ ଆଲୋଚନା ପାଇଁ ପ୍ରସ୍ତାବ ଆଗତ ହୋଇଛି। ସ୍ୱତନ୍ତ୍ର ଅଧିବେଶନ ବେଳେ କଂଗ୍ରେସ ବିଧାୟକ କକ୍ଷ ତ୍ୟାଗ କରିଛନ୍ତି।
ସୂଚନାନୁଯାୟୀ, ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ସମ୍ପର୍କରେ ଆଲୋଚନା ପାଇଁ ଗୁରୁବାର ଓଡ଼ିଶା ବିଧାନସଭାର ଏକଦିବସୀୟ ସ୍ବତନ୍ତ୍ର ଅଧିବେଶନ ବସିଛି। ପୂର୍ବାହ୍ଣ ୧୧ଟାରୁ ଗୃହକାର୍ୟ୍ୟ ଆରମ୍ଭ ଏବଂ ସନ୍ଧ୍ୟା ୭ଟାରେ ସାରିବାକୁ ସମୟ ନିର୍ଦ୍ଧାରଣ ହୋଇଛି।

  • Related Posts

    ମେ’୨ରେ ମାଟ୍ରିକ ରେଜଲ୍ଟ

    ଆସନ୍ତା ମେ’ ୨ରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ବୋଡର଼୍ ଅଫ ସେକେଣ୍ଡାରୀ ଏଡ଼ୁକେସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଷ୍ଟେଟ ଓପନ ସ୍କୁଲ୍‌ ଓ ମଧ୍ୟମା ଫଳ ବି ସେହିଦିନ ପ୍ରକାଶ ପାଇବ । ମେ’…

    Continue reading
    ଯୁବତୀଙ୍କୁ ଦୁଷ୍କର୍ମ ପରେ ମୁହଁକୁ ହାଣିଲା ଦୁବୃର୍ତ୍ତ

    ଢେଙ୍କାନାଳ:ଯୁବତୀଙ୍କୁ ଦୁଷ୍କର୍ମ କରିବା ପରେ ଜୀବନରେ ମାରିଦେବା ପାଇଁ ମୁହଁକୁ ହାଣିଲା ଦୁବୃର୍ତ୍ତ। ନିକଟରେ ଗାଈ ଚରାଉଥିବା ବ୍ୟକ୍ତିଙ୍କ ଦ୍ୱାରା ଉଦ୍ଧାର ହେବା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ସଦର ଥାନା ଅଞ୍ଚଳରେ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା