ହରେକୃଷ୍ଣପୁର ଗ୍ରାମରେ ନୂତନ ଟ୍ରାନ୍ସଫର୍ମର ବସାଇବା ପାଇଁ ଦାବି

ଦେବଗଡ଼:ବାରକୋଟ ବ୍ଲକର ହରେକୃଷ୍ଣପୁର ଗ୍ରାମରେ ୨ମାସ ହେବ ଟ୍ରାନ୍ସଫର୍ମର ପୋଡ଼ି ଯାଇଛି। ଯାହାଫଳରେ ଗ୍ରାମବାସୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରାମରେ ନୂତନ ଟ୍ରାନ୍ସଫର୍ମର ବସାଇବା ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି। ଏନେଇ ଆଜି ବିଜେପି ଯୁବ ନେତା ସୁଧୀର ବ୍ରହ୍ମଙ୍କ ନେତୃତ୍ୱରେ ଗ୍ରାମର ଅର୍ଜୁନ ମହନ୍ତ,ସୁଦର୍ଶନ ମହନ୍ତ, କର୍ମୁଧର ମହନ୍ତ, କୌଳାସ ମହନ୍ତଙ୍କ ସମେତ ଗ୍ରାମବାସୀ ଟିପିସିଓଡିଏଲ ନିର୍ବାହୀ ଯନ୍ତ୍ରୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ, ହରେକୃଷ୍ଣପୁର ଗ୍ରାମରେ କୌଣସି କାରଣରୁ ୨ମାସ ହେବ ଟ୍ରାନ୍ସଫର୍ମର ପୋଡ଼ି ଯାଇଥିଲା। ତେବେ ଗ୍ରାମ ନିକଟରେ ଥିବା ଆଉ ଗୋଟିଏ ଟ୍ରାନ୍ସଫର୍ମରରେ ସଂଯୋଗ କରାଯାଇ ଲାଇନ ଦିଆଯାଇଥିଲା। କିନ୍ତୁ ଅତ୍ୟଧିକ ଲୋଡ଼ ଟ୍ରାନ୍ସଫର୍ମରରୁ ଫ୍ୟୁଜ ଉଡ଼ିଯାଉଥିବାରୁ ବିଦ୍ୟୁତ ସରାବରାହ ବିଛିନ୍ନ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ଗ୍ରାମରେ ନୂତନ ଟ୍ରାନ୍ସଫର୍ମର ବସାଇବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ