ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା: ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ ଆମ୍ବୁଲାନ୍ସ ଜଳିଯିବା ସହ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣ ରୋଗୀ ଗୁରୁତର ହୋଇଛନ୍ତି। ମୃତକ ହେଲେ ଉଦଳା ଥାନା କୁଣ୍ଡାବାଇ ଅଞ୍ଚଳର ସୁଯୋଶ ବାରିକ।
ମିଳିଥିବା ସୂଚନା ମୁତାବକ, ଉଦଳା ମେଡିକାଲରେ ଭର୍ତ୍ତି ହୋଇଥିବା ସୁଯୋଶଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ନେବା ସକାଶେ ଘରୋଇ ଆମ୍ବୁଲାନ୍ସ ଡକାଯାଇଥିଲା। ସୁଯୋଶଙ୍କୁ ଉକ୍ତ ଆମ୍ବୁଲାନ୍ସରେ ଭର୍ତ୍ତି କରି ଅକ୍ସିଜେନ୍‌ ଲଗାଯାଉଥିବା ବେଳେ ହଠାତ୍‌ ସିଲିଣ୍ଡର ଫାଟି ଆମ୍ବୁଲାନ୍ସରେ ନିଆଁ ଲାଗି ଯାଇଥିଲା। ଏହି ନିଆଁରେ ସୁଯୋଶ ପୋଡ଼ି ଯାଇଥିଲେ। ସେଠାରେ ଉପସ୍ଥିତ ଲୋକେ ତାଙ୍କୁ ଆମ୍ବୁଲାନ୍ସରୁ ଉଦ୍ଧାର କରିଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା।
ଅନ୍ୟପକ୍ଷରେ ବିସ୍ଫୋରଣରେ ଆମ୍ବୁଲାନ୍ସର ଛପର ଉଡ଼ି ନିକଟରେ ଥିବା ଶରତ ପ୍ରଧାନ ଓ ମାସି ମୁଣ୍ଡାଙ୍କ ଉପରେ ପଡ଼ିବାରୁ ଉଭୟେ ଗୁରୁତର ହୋଇଛନ୍ତି। ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ଆମ୍ବୁଲାନ୍ସରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ।

  • Related Posts

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଆକ୍ସନ୍ ମୋଡ୍‌ରେ ଇଡି

    ବାଙ୍କୀ: ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆକ୍ସନ୍ ମୋଡ୍‌ରେ ଆସିଛି ଇଡି । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ କଳାପଥରସ୍ଥିତ ପୈତୃକ ଘର ସମେତ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ…

    Continue reading
    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ