ହସ୍ପିଟାଲର କ୍ଵାର୍ଟର୍ସରୁ ଆଟେଣ୍ଡାଣ୍ଟଙ୍କ ଝୁଲନ୍ତା ମୃତଦେହ

ନୂଆପଡ଼ା: ନୂଆପଡା ଧରମବନ୍ଧା ସରକାରୀ ହସ୍ପିଟାଲର କ୍ଵାର୍ଟର୍ସ ଭିତରେ ଝୁଲୁଛି ଯୁବତୀଙ୍କ ମୃତଦେହ । ଯୁବତୀ ଜଣକ ଧରମବନ୍ଧା ହସ୍ପିଟାଲରେ ଆଟେଣ୍ଡାଣ୍ଟ ଭାବରେ କାମ କରୁଥିଲେ। ଘଟଣାସ୍ଥଳରେ ଧରମବନ୍ଧା ପୁଲିସ ଛାନଭିନ୍ କରୁଛି। ମୃତ୍ୟୁର କାରଣ ଜଣାପଡିନାହିଁ । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍‌ ତଥ୍ୟ ସଂଗ୍ରହ କରିବ ବୋଲି ପୁଲିସ ସୂଚନା ଦେଇଛି।

ସୂଚନା ମୁତାବିକ, ଶନିବାର ସକାଳେ ଧରମବନ୍ଧା ସରକାରୀ ହସ୍ପିଟାଲର ଏକ କ୍ବାର୍ଟର୍ସ ଭିତରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ଯୁବତୀ ଜଣକ କୋଧପାଲ୍ଲୀର ମମତା ମାଝୀ ବୋଲି ପରିଚୟ ଜଣାପଡ଼ିଛି। ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଧରମବନ୍ଧା ପୁଲିସ ପହଞ୍ଚି ମୃତଦେହ ଜବତ କରିଛି। ତେବେ ମୃତ୍ୟୁର କାରଣ ଜଣାପଡ଼ିନାହିଁ। ପାରିପାର୍ଶ୍ବିକ ତଦନ୍ତରୁ ଆତ୍ମହତ୍ୟା କରିଥିବା ପୁଲିସ ସନ୍ଦେହ କରୁଛି। ସାଇଣ୍ଟିଫିକ୍ ଟିମ୍ ଛାନ୍‌ଭିନ୍ ପରେ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି। ଯୁବତୀ ଜଣକ ଧରମବନ୍ଧା ହସ୍ପିଟାଲରେ ଆଟେଣ୍ଡାଣ୍ଟ ଭାବେ କାମ କରୁଥିବା ପ୍ରଥମିକ ତଦନ୍ତରୁ ଜଣାପଡିଛି। ତାଙ୍କ ସହ କ୍ବାର୍ଟର୍ସରେ ରହୁଥିବା ଅନ୍ୟ ଜଣେ ଯୁବତୀଙ୍କୁ ଖୋଜୁଥିବା ଜଣାପଡିଛି।

  • Related Posts

    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading
    ବନ୍ୟା ପୀଡ଼ିତଙ୍କୁ ରିଲିଫ୍ ବାଣ୍ଟିଲେ ପୋଲିସ କମିଶନର

    ଖୋର୍ଦ୍ଧା: ବନ୍ୟା ପ୍ରଭାବିତ ଅଂଚଳରେ ପୋଲିସ କମିଶନରଙ୍କ ରିଲିଫ ବଣ୍ଟନ। ପୋଲିସ କମିସନର ଏସ୍ ଦେବଦତ୍ତ ସିଂ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ପମ୍ପାଲୋ ପଞ୍ଚାୟତର ଟିଙ୍କିପଡା ଗାଁରେ ରିଲିଫ ବଣ୍ଟନ କରିଛନ୍ତି। ଏହି ଅବସରରେ ବନ୍ୟା ପ୍ରଭାବିତଙ୍କ ସହ ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ