ହାଇକୋର୍ଟର: ୧୯ରୁ ଛୁଟି, ୨୭ରେ ଖୋଲିବ

କଟକ: ଓଡ଼ିଶା ହାଇକୋର୍ଟର ଦଶହରା ଅବକାଶ ଆସନ୍ତା ୧୯ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୧୭ ଓ ୧୮ ତାରିଖ ଯଥାକ୍ରମେ ଶନିବାର ଓ ରବିବାର କୋର୍ଟ ସ୍ୱାଭାବିକ ଭାବେ ବନ୍ଦ ରହୁଥିବାରୁ ଶୁକ୍ରବାର ହେଉଛି ଦଶହରା ପୂର୍ବ ଶେଷ କାର୍ଯ୍ୟ ଦିବସ । ଆସନ୍ତା ୨୭ ତାରିଖରେ କୋର୍ଟ ଖୋଲିବ । ଛୁଟି ସମୟରେ କେବଳ ୨୩ ତାରିଖରେ ଅବକାଶକାଳୀନ ଅଦାଲତ ବସିବ ବୋଲି ହାଇକୋର୍ଟ ପକ୍ଷରୁ ଜାରି ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।

ଦଶହରା ପାଇଁ ଆସନ୍ତା ୧୯ତାରିଖ ଅର୍ଥାତ ସୋମବାରରୁ ୨୬ତାରିଖ ପର୍ଯ୍ୟନ୍ତ କୋର୍ଟ ଛୁଟି ରହିବ । ୨୩ ତାରିଖ ଅବକାଶକାଳୀନ ଅଦାଲତରେ ତିନୋଟି ବେଞ୍ଚ୍ ବସିବ । ଜଷ୍ଟିସ୍ ଶଶିକାନ୍ତ ମିଶ୍ର ଏବଂ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗୋଟେ ବେଞ୍ଚ୍ କାର୍ଯ୍ୟ କରିବ । ପୁନର୍ବାର ଉଭୟ ବିଚାରପତି ପୃଥକ ପୃଥକ ବେଞ୍ଚ୍ରେ ବିଭିନ୍ନ ମାମଲାର ଶୁଣାଣି କରିବେ । ଏହି ଛୁଟି ଭିତରେ ୨୧, ୨୨ ଓ ୨୩ ତାରିଖରେ କୋର୍ଟ ଅଫିସ୍ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ଜାରି ବିଜ୍ଞପ୍ତିରେ ସ୍ପଷ୍ଟ କରାଯାଇଛି ।

  • Related Posts

    କ୍ରେନ୍ ଖସି ଦୁଇ ଓଡ଼ିଆ ଶ୍ରମିକ ମୃତ

    ଗଞ୍ଜାମ: ଆନ୍ଧ୍ରପ୍ରଦେଶରେ ଅଭାବନୀୟ ଦୁର୍ଘଟଣା। ନିର୍ମାଣାଧୀନ କୋଠାରେ କାମ କରୁଥିବା ବେଳେ କ୍ରେନ୍ ଖସି ପଡ଼ିବାରୁ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହି ଦୁଃଖଦ ଘଟଣା ଗୁଣ୍ଟୁର ନିକଟରେ ଘଟିଛି। ଦୁର୍ଘଟଣାରେ ଅନ୍ୟ ତିନି ଜଣ ଶ୍ରମିକ ଗୁରୁତର ଆହତ…

    Continue reading
    ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍

    କେନ୍ଦୁଝର: ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍ । କେନ୍ଦୁଝର ଜିଲ୍ଲା ବମେବାରୀ ଥାନା ହେଶା ବେଡା ଗାଁ ନିକଟରେ ଲୁହା ପଥର ବୋଝେଇ କରିଯାଉଥିବା ବେଳେ ଟ୍ରକ୍‌ରେ ଲାଗିଗଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଲୁହାପଥର ବୋଝେଇ କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି