ହାଇୱା ଧକ୍କାରେ ବାପା ମୃତ, ଝିଅ ଗୁରୁତର

ସୁନ୍ଦରଗଡ: ଝିଅକୁ ସ୍କୁଲ ଛାଡିବାକୁ ଯାଉଥିବା ବେଳେ ଅଘଟଣ । ବାଇକ୍‌କୁ ଧକ୍କା ଦେଲା ହାଇୱା । ଦୁର୍ଘଟଣାରେ ବାପା ପ୍ରାଣ ହରାଇ ଥିବା ବେଳେ ଝିଅ ଗୁରୁତର ହୋଇଛି । ସୁନ୍ଦରଗଡ ପାରିଜାତ ଛକରେ ଏଭଳି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ଗୁରୁବାର ସକାଳେ ବାପା ତାଙ୍କ ଝିଅକୁ ସ୍କୁଲ୍‌ରେ ଛାଡ଼ିବାକୁ ଯାଇଥିଲେ । ଏହି ସମୟରେ ପାରିଜାତ ଛକରେ ଘଟିଥିଲା ଦୁର୍ଘଟଣା । ରାସ୍ତାରେ ଯାଉଥିବା ବେଳେ ବାଇକ୍‌କୁ ଏକ ହାଇୱା ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ବାପାଙ୍କର ମୃତ୍ୟୁ ହୋଇଥିଲା । ଏହି ଦୁର୍ଘଟଣାରେ ଝିଅଟି ଗୁରୁତର ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତର ହୋଇଥିବା ଝିଅକୁ ନିକଟସ୍ଥ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଛି ପୋଲିସ । ତେବେ ଏହି ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଛି । ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ନିୟନ୍ତ୍ରଣ କରି ଘଟଣାର ତଦନ୍ତ ଚଳାଇଛି ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ