ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ

ପରଜଙ୍ଗ: ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ଡମୋଳ ଗ୍ରାମର ଅନିରୋଧ ବେହେରା (୫୦)ବର୍ଷ ।
ସୂଚନା ମୁତାବକ ଉକ୍ତ ଦନ୍ତା ହାତୀଟି ୨ ଦିନ ହେବ ଖାଲପାଳ ଅଞ୍ଚଳରେ ରହିଥିଲା। ଦିନରେ ନିକଟସ୍ଥ ଜଙ୍ଗଲରେ ରହିଥିବା ବେଳେ ସଂଧ୍ୟା ସମୟରେ ଡମୋଳ ଅଞ୍ଚଳକୁ ପଳାଇ ଆସିଥିଲା । ସୋମବାର ସନ୍ଧ୍ୟାରେ ଉକ୍ତ ହାତୀଟି ବ୍ରାହ୍ମଣୀ ନଦୀ କୂଳରେ ଥିବା ଝରାସାହି ନିକଟକୁ ପଣସ ଖାଇବାକୁ ଆସିଥିବା ବେଳେ ସେହି ରାସ୍ତାରେ ଅନିରୋଧ ବେହେରା ସାଇକେଲ ଯୋଗେ ଇଟାଭାଟିକୁ ଯାଉଥିଲେ । ଏହି ସମୟରେ ହାତୀ ସହ ମୁହାଁ ମୁହିଁ ହୋଇଯାଇଥିଲା । ଫଳରେ ଦନ୍ତା ତାଙ୍କୁ ଦଳି ମାରିଦେଇଥିଲା ଯାହାଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଉକ୍ତ ଇଟା ଭାଟିରେ କାର୍ଯ୍ୟ କରୁଥିବା ଅନ୍ୟ ଶ୍ରମିକଙ୍କ ଠାରୁ ଖବର ପାଇ ଭାଟି ମାଲିକଙ୍କ ସହ ଗ୍ରାମବାସୀ ସେଠାରେ ପହଞ୍ଚି ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଡିହଡୋଳ ଫରେଷ୍ଟର ଚନ୍ଦ୍ର ଶେଖର ବେହେରା, ସରାଙ୍ଗ ପୋଲିସ, ଫରେଷ୍ଟ ଗାର୍ଡ ଏବଂ ହାତୀ ସ୍କୂଡେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ