ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ

ଅନୁଗୋଳ : ହାତୀ ନେଇଗଲା ଜୀବନ । ଅନୁଗୋଳ ଜିଲ୍ଲା ଛେଣ୍ଡିପଦା କଣଲୋଇ ଭଗମୁଣ୍ଡା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭଗମୁଣ୍ଡା ଗାଁର ପ୍ରସନ୍ନ ନାୟକ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ପ୍ରସନ୍ନ ନାୟକ ଘର ପାଖ ଆମ୍ବ ବଗିଚାକୁ ଆମ୍ବ ସଂଗ୍ରହ କରିବାକୁ ଯାଉଥିବା ବେଳେ ଦନ୍ତା ହାବୁଡ଼ରେ ପଡିଯାଇଥିଲେ । ବଞ୍ଚିବାକୁ ଚେଷ୍ଟା କରିଥିଲେ ସୁଦ୍ଧା ପ୍ରସନ୍ନ ବଞ୍ଚିପାରିନଥିଲେ । ହାତୀ ପ୍ରସନ୍ନଙ୍କୁ କଚାଡ଼ି ଫିଙ୍ଗି ଦେଇଥିଲା । ଯାହାଫଳରେ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ସେପଟେ ହତ୍ୟା ସଂପର୍କରେ ଖବର ପାଇ ଛେଣ୍ଡିପଦା ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହାସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ମଧ୍ୟ ପଠାଇଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ