ହାତୀ ଆକ୍ରମଣରେ ଜଣେ ମୃତ

ଅନୁଗୋଳ : ଅନୁଗୋଳ ବନଖଣ୍ଡ ଅନୁଗୋଳ ବନାଞ୍ଚଳ ଚନ୍ଦ୍ରବାହାଳ ବିଟ ଅନ୍ତର୍ଗତ ସରଧାପୁର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଜଣଙ୍କ ହେଲେ ସେହି ଗ୍ରାମର ଗୌରାଙ୍ଗ ସାହୁଙ୍କ ଝିଅ ଗୁଲ ସାହୁ (୪୫)। ମିଳିଥିବା ଖବର ଅନୁସାରେ ସରଧାପୁର ଗ୍ରାମର ଗୁଲ ସାହୁ ଓ ଅନ୍ୟ ଜଣେ ଗ୍ରାମ ଠାରୁ ଦୁଇ ଶହ ମିଟର ଦୂରରେ ଥିବା ଜୋରକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇ ସାରି ଜୋର ପାଖରେ ଥିବା ତୁଳସୀ ଗଛରେ ପାଣି ଦେଉଥିବା ବେଳେ ହାତୀକୁ ଦେଖି ସାଥିରେ ଯାଇଥିବା ଯୁବତୀ ଜଣଙ୍କ ପଳାଇ ଆସିଥିଲେ। ଫଳରେ ଗୁଲ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀ ଟେକି କଚାଡ଼ି ଦେବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ମିଳିଛି।

  • Related Posts

    ଦେବସ୍ନାନ ପୂର୍ଣ୍ଣିମା ; ପୁରୀରେ ଏହି ସ୍ଥାନରେ ପାର୍କିଂ କରିବେ ଭକ୍ତ

    ପୁରୀ : ଜ୍ୟେଷ୍ଠ ଶୁଦ୍ଧ ଶୁକ୍ଲ ପୂର୍ଣ୍ଣିମା ଅର୍ଥାତ୍‌ ସୋମବାର ସ୍ନାନପୂର୍ଣ୍ଣିମା ନିମନ୍ତେ ପୁରୀରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ବ୍ୟାପକ ଟ୍ରାଫିକ୍‌ ବ୍ୟବସ୍ଥା କରାଯାଇଛି । ପାର୍କିଂ ନିମନ୍ତେ ଫାଷ୍ଟ କମ୍‌ ଫାଷ୍ଟ୍‌ ସର୍ଭ, ଅର୍ଥାତ୍‌…

    Continue reading
    ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ମାମଲା : ଏନ୍ଏଚ୍ଆରସିରେ ମାମଲା ରୁଜ୍ଜୁ

    ଭୁବନେଶ୍ୱର: ତାମିଲନାଡୁରେ ଆମୋନିଆ ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୧୧ ଶ୍ରମିକ ମୃତ୍ୟୁବରଣ କରିବା ଘଟଣା । ଜାତୀୟ ମାନବାଧିକାର କମିଶନରେ ମାମଲା ପହଁଚିଛି । କୋରାପୁଟ ଜିଲାର ବରିଷ୍ଠ ଆଇନଜୀବୀ ଅନୁପ କୁମାର ପାତ୍ରଙ୍କ ଅଭିଯୋଗରେ କମିସନର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ