ହାତୀ ଆକ୍ରମଣରେ ଜଣେ ମୃତ

ଗଁଦିଆ: ଘରେ ଶୋଇଥିବା ସମୟରେ ଗତକାଲି ରାତ୍ରିରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। କପିଳାସ ରେଞ୍ଜ ଅନ୍ତର୍ଗତ ସୋରିଶିଆପଦା ଗ୍ରାମ ପଞ୍ଚାୟତ ଅଧୀନ ରାମେଇଖମାର ଗ୍ରାମର ଅଖିଳ ଭୋଇଙ୍କର ପୁଅ ପ୍ରମୋଦ ଭୋଇ ୪୩ ବର୍ଷ ନିଜର ଚାଳ ଘରେ ଶୋଇ ଥିବା ସମୟରେ ପାଖ ଜଙ୍ଗଲରୁ ଖାଦ୍ୟ ଅନେଶ୍ବନରେ ଏକ ବଡ଼ ଦାନ୍ତ ହାତୀ ଗତକାଲି ରାତ୍ରି ପ୍ରାୟ ୧ ଟା୩୦ସମୟରେ ପ୍ରମୋଦ ଭୋଇ ଶୋଇଥିବା ଘରର ମାଟି କାନ୍ଥ ଭାଙ୍ଗି ଘରେ ଥିବା ଧାନ ଚାଉଳ ଖାଇଥିଲା। ଶବ୍ଦ ହେବାରୁ ପ୍ରମୋଦର ନିଦ ଭାଙ୍ଗି ଯାଇଥିଲା। ଏହାପରେ ହାତୀ ତାଙ୍କୁ ଆକ୍ରମଣ କରି ଦଳି ଦେଇଥିଲା। ଅନ୍ୟ ଘରେ ଶୋଇଥିବା ତାଙ୍କ ପତ୍ନୀ ଓ ପିଲା ପାଖ ପଡୋଶୀ ଘରକୁ ଜୀବନ ବିକଳରେ ପଳାଇଥିଲେ। ଛାତ ଉପରେ ଚଢି ପାଟି କରିବାରୁ ଗ୍ରାମବାସୀମାନେ ଆସି ତୁରନ୍ତ କପିଳାସ ରେଞ୍ଜ ଅଧିକାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ବନ ବିଭାଗ କପିଳାସ ରେଞ୍ଜ ଅଧିକାରୀ ଓ ହାତୀ ସ୍କ୍ୱାର୍ଡ କର୍ମଚାରୀମାନେ ଘଟଣାସ୍ଥଳରେ ପହଁଚି ଉକ୍ତ ସ୍ଥାନରେ ଜଗି ରହିଥିବା ଉକ୍ତ ନରହନ୍ତାକୁ ଘଉଡ଼ାଇବା ସହ ଘଟଣାସ୍ଥଳରେ ପ୍ରମୋଦର ମୃତ ଶରୀରକୁ ବ୍ୟବଛେଦ ପାଇଁ ଢେଙ୍କାନାଳ ମେଡିକାଲକୁ ପଠାଇଥିଲେ। ହାତୀ ଆକ୍ରମଣ ଘଟଣାକୁ ନେଇ ଗ୍ରାମରେ ଆଜି ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ