ହାତୀ ଆକ୍ରମଣରେ ଯୁବକ ମୃତ

ଯୁଯୁମୁରା: ସମ୍ବଲପୁରଜିଲ୍ଲା ଯୁଯୁମୁରା ବ୍ଲକ ଅନ୍ତର୍ଗତ କଂସର ପଞ୍ଚାୟତର ବୁଡ଼ିଆକଟା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଖଗେଶ୍ୱର ରଣଜିତ। ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଖଗେଶ୍ୱର ଶୌଚ ପାଇଁ ନାଳକୁ ଯାଉଥିବା ବେଳେ ହଠାତ୍ ଏକ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଏହି ସମୟରେ ହାତୀଟି ତାଙ୍କୁ ଆକ୍ରମଣ କରି ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଖଗେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ଘଟଣା ସମ୍ପର୍କରେ ଖବର ପାଇ ଯୁଯୁମୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏହି ଘଟଣା ପରେ ବୁଡ଼ିଆକଟା ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

  • Related Posts

    ଆମ ବସ୍‌ରେ ଅଗ୍ନିକାଣ୍ଡ

    ଫୁଲନଖରା: ଆମ ବସ୍ ରେ ଅଗ୍ନିକାଣ୍ଡ। ଅଳ୍ପକେ ବର୍ତ୍ତିଲେ ବସ୍ ରେ ଥିବା ଯାତ୍ରୀ। କଟକ ଜିଲ୍ଲା ଫୁଲନଖରା-ନିଆଳୀ ରାସ୍ତାର ଅଡ଼ଶପୁର ବସ୍ ଷ୍ଟାଣ୍ଡରେ ଘଟିଛି ଏଭଳି ଅଘଟଣ। ଭୁବନେଶ୍ୱରରୁ ଅଡ଼ଶପୁର କଲେଜ ଅଭିମୁଖେ ଯାଉଥିବା ଆମ ବସ୍ ଟି ବସ୍…

    Continue reading
    ସବ୍-ରେଜିଷ୍ଟ୍ରାର ମନୀଷା ମିଶ୍ର ଗିରଫ

    ବାଲେଶ୍ୱର: ଓଡ଼ିଶା ରାଜସ୍ୱ ସେବା (ଓଆରଏସ୍) ଅଧିକାରୀ ତଥା ବାଲେଶ୍ୱର ଜିଲ୍ଲା ବାଲିଆପାଳ ସବ୍-ରେଜିଷ୍ଟ୍ରାର ମନୀଷା ମିଶ୍ରଙ୍କୁ ଆଜି ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି। ଗତକାଲି ସେ ଜଣେ ବ୍ୟକ୍ତିଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି