ହାତୀ ଶିକାରୀ ଗିରଫ

ଆଠମଲ୍ଲିକ: ହାତୀ ଶିକାର ଘଟଣାରେ ଗିରଫ ହେଲା ଜଣେ ଶିକାରୀ । ଗିରଫ ହୋଇ ଥିବା ଶିକାରୀ ଜଣକ ସୋନୁପୁର ଜିଲ୍ଲାର ଗରିଆମୁଣ୍ଡା ଗ୍ରାମର ବୋଲି ଜଣାପଡିଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣେ ଶିକାରୀକୁ ଧରିବାରେ ବିଫଳ ହୋଇଛି ବନ ବିଭାଗ । ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜରେ ଏଭଳି ଘଟଣା ଘଟିଛି ଏଭଳି ଘଟଣା ଘଟିଛି ।  ଅକ୍ଟୋବର ମାସ ୧୨ ତାରିଖରେ  ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜର ଶଙ୍ଖାମାଳରେ ଏକ ମାଈ ହାତୀ ମୃତ୍ୟୁ ବରଣ କରିଥିଲା । ଏହି ଘଟଣାର ତଦନ୍ତ ଆରମ୍ଭ କରିଥିଲା ବନ ବିଭାଗ । ତଦନ୍ତ କରି ଏହି ଘଟଣାରେ ଦୁଇ ଜଣ ଶିକାରୀ ସଂପୃକ୍ତ ଥିବା ଜାଣି ବାକୁ ପାଇ ଥିଲା । ତନ୍ମଧ୍ୟରୁ ଜଣେ ଶିକାରୀକୁ ଧରିବାରେ ବନ ବିଭାଗ ସଫଳ ହୋଇଛି । ଗୁରୁବାର ବିଳମ୍ୱିତ ରାତିରେ ଶିକାରୀ ଜଣକୁ କୋର୍ଟରେ ହାଜିର କରି ଜେଲ୍‌କୁ ପଠାଇ ଦିଆଯାଇଛି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ