ହୀରାକୁଦରେ ଖୋଲିଲା ୪ ଗେଟ୍, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ

ସମ୍ବଲପୁର/କଟକ,05/09: ଲଘୁଚାପ ପ୍ରଭାବରେ ଝାରସୁଗୁଡ଼ା, ଯାଜପୁର, ଦେବଗଡ଼, କେନ୍ଦୁଝର, ବାଲେଶ୍ବର ଏବଂ ସମ୍ବଲପୁର ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ବୈତରଣୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା ଏବଂ ଜଳକା ଫୁଲୁଛି। ଲଘୁଚାପ ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ଗତି କରିବା ସହିତ ମହାନଦୀ ଉପରମୁଣ୍ଡରେ ବର୍ଷା କାରଣରୁ ‌ହୀରାକୁଦ ଜଳ ଭଣ୍ଡାରକୁ ପ୍ରବଳ ଜଳ ପ୍ରବେଶ କରୁଛି। ମହାନଦୀ ଜଳସ୍ତର ବଢ଼ିବା ସମ୍ଭାବନା ରହିଛି। ଫଳରେ ଏ ନେଇ ନଦୀକୁଳ ଜିଲାଗୁଡ଼ିକୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ପରାମର୍ଶ ଦିଆଯାଇଛି। ମହାନଦୀର ଉପର ମୁଣ୍ଡରେ ଥିବା ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ଲଘୁଚାପ ଥିବାରୁ ଅଧିକ ବର୍ଷା ହେବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ମହାନଦୀରେ ବନ୍ୟା ଆସିପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି। ଅନ୍ୟପକ୍ଷରେ ବୈତରଣୀ ଓ ବ୍ରାହ୍ମଣୀ କାରଣରୁ ଯାଜପୁର ଓ ଭଦ୍ରକରେ ଦ୍ବିତୀୟବାର ଏବଂ ସୁବର୍ଣ୍ଣରେଖା, ଜଳକା ବଢ଼ୁଥିବାରୁ ଉତ୍ତର ବାଲେଶ୍ବରରେ ୯ମ ଥର ବନ୍ୟା ଆସିବା ଆଶଙ୍କା ରହିଛି। ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ପୂର୍ବରୁ ୧୬ଟି ଫାଟକ ଦେଇ ହୀରାକୁଦ ଜଳ ଭଣ୍ଡାରରୁ ଜଳ ନିଷ୍କାସିତ ହେଉଥିଲାବେଳେ ହୀରାକୁଦ ଜଳଭଣ୍ଡାରର ସ୍ଥିତିକୁ ନଜର ରଖି ଆଜି ସକାଳେ ପୁଣି ଚାରିଟି ଗେଟ୍‌ ଖୋଲି ଦିଆଯାଇଛି। ଏହାଫଳରେ ଏବେ ମୋଟ୍ ୨୦ଟି ଗେଟ୍ ଖୋଲାଯାଇଛି। ଏଥିମଧ୍ୟରୁ ବାମପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଖୋଲାରହିଛି। ହୀରାକୁଦ ଜଳଭଣ୍ଡାର ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ଏହାଫଳରେ ଏବେ ମୋଟ୍ ୨୦ଟି ଗେଟ୍ ଖୋଲାଯାଇଛି। ଏଥିମଧ୍ୟରୁ ବାମପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଖୋଲାରହିଛି। ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ହୀରାକୁଦ ଜଳଭଣ୍ଡାର ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ଏହାଫଳରେ ଏବେ ମୋଟ୍ ୨୦ଟି ଗେଟ୍ ଖୋଲାଯାଇଛି। ଏଥିମଧ୍ୟରୁ ବାମପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଖୋଲାରହିଛି। ଅନ୍ୟପଟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଖୋଲାଯାଇ ଥିବାରୁ ମହାନଦୀରେ ବନ୍ୟା ଜଳସ୍ତର ବଢ଼ିବାର ଆଶଙ୍କା ରହିଛି। ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି। ଜନସାଧାରଣଙ୍କ ଜୀବନ ଏବଂ ସମ୍ପତ୍ତିର ସୁରକ୍ଷା ପାଇଁ ନଦୀକୂଳ ଅଞ୍ଚଳରେ ବସବାସ କରୁଥିବା ଲୋକେ ନଦୀ ଶଯ୍ୟାଠାରୁ ଦୂରେଇ ରହିବା ସହିତ ସମସ୍ତ ସତର୍କତାମୂଳକ ପଦକ୍ଷେପ ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଉଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ