ହୀରାକୁଦ:୧୨ଟି ଫାଟକ ଦେଇ ବନ୍ୟାଜଳ ନିଷ୍କାସନ

ଭୁବନେଶ୍ୱର: ଉପରମୁଣ୍ଡରେ ବର୍ଷା ଲାଗି ରହିବା ଫଳରେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବଢ଼ିବାରେ ଲାଗିଛି। ତେଣୁ ରବିବାର ଡ୍ୟାମର ଆଉ ୪ଟି ଫାଟକକୁ ଖୋଲି ଦିଆଯାଇଛି। ଫଳରେ ମୋଟ ୧୨ଟି ଫାଟକ ଦେଇ ଡ୍ୟାମରୁ ବନ୍ୟାଜଳ ନିଷ୍କାସନ ହେଉଛି।

ଶନିବାର ଦୁଇଟି ପର୍ୟ୍ୟାୟରେ ୮ଟି ଫାଟକ ଖୋଲାଯାଇ ବନ୍ୟାଜଳ ନିଷ୍କାସିତ ହେଉଥିଲା। ଶୁକ୍ରବାର ରାତି ୯ଟାରେ ଜଳଭଣ୍ଡାରର ଜଳସ୍ତର ୬୧୮.୮୫ ଫୁଟ ଥିବାବେଳେ ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୨୧.୩୩ ଫୁଟକୁ ପହଞ୍ଚିଛି। ଲଘୁଚାପ ନେଇ ପାଣିପାଗ ବିଭାଗର ସତର୍କ ସୂଚନା ପରିପ୍ରେକ୍ଷୀରେ ଅତିରିକ୍ତ ଫାଟକ ଖୋଲାଯାଇପାରେ ବୋଲି ବନ୍ଧ ନିୟନ୍ତ୍ରଣ କକ୍ଷ ସୂତ୍ରରୁ ପ୍ରକାଶ କରାଯାଇଥିଲା। ଯାହାଫଳରେ ରବିବାର ଆଉ ୪ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଛି।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ