ହୀରାକୁଦ : ପୁଣି ଖୋଲିଲା ୪ଟି ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢ଼ିଚାଳିଛି। ମହାନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାରୁ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ କରୁଛି। ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ଆଜି ଅପରାହଣରେ ପୁଣି ୪ଟି ଗେଟ୍ ଖୋଲି ଦିଆଯାଇଛି। ଆଜି ପୂର୍ବାହ୍‌ଣ ୧୦ଟାରେ ହୀରାକୁଦ ଜଳଭଣ୍ଡାରରୁ ୪ଟି ଗେଟ୍‌ ଖୋଲି ଦିଆଯାଇଥିଲା।ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ତରଫରୁ କୁହାଯାଇଛି ଯେ, ଉପରମୁଣ୍ଡରୁ ଆସୁଥିବା ବନ୍ୟାଜଳ ଏବଂ ଜଳଭଣ୍ଡାରର କ୍ଷମତାକୁ ଦୃଷ୍ଟିରେ ରଖି ଜଳ ନିଷ୍କାସନ କରାଯାଇଛି। ଜଳଭଣ୍ଡାର ବାମ ପାର୍ଶ୍ବରୁ ୩ଟି ଓ ଦକ୍ଷିଣ ପାର୍ଶ୍ବରୁ ୫ଟି ଗେଟ୍‌ ଖୋଲି ଦିଆଯାଇଛି।
ହୀରାକୁଦର ଜଳସ୍ତର ବଢ଼ିବାରେ ଲାଗିଛି। ହୀରାକୁଦରୁ ଏହିସବୁ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି। ଲଗାଣ ବର୍ଷା ହେତୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବା ହେତୁ ଏଭଳି ପଦକ୍ଷେପ ନିଆଯାଇଛି।

  • Related Posts

    ଧାନ ବିକ୍ରି ପଞ୍ଜୀକରଣ: ଆସୁଛି ସ୍ୱତନ୍ତ୍ର ଆପ୍

    ଭୁବନେଶ୍ୱର: ଧାନ କିଣା ପଞ୍ଜୀକରଣକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ଧାନ ବିକ୍ରି ପଞ୍ଜୀକରଣକୁ ଅଧିକ ସହଜ ଓ ସରଳ କରିବା ପାଇଁ ଆସୁଛି ସ୍ୱତନ୍ତ୍ର ଆପ୍ । ମାଲିକ ନ ଆସିଲେ ବି ଭାଗଚାଷୀ କରିପାରିବେ ପଞ୍ଜୀକରଣ…

    Continue reading
    ଶିମିଳିପାଳରେ ଆସିବେ ବାଘ, ବାଘୁଣୀ

    ଭୁବନେଶ୍ୱର: ଶିମିଳିପାଳରେ ୫ ବର୍ଷୀୟା ବାଘୁଣୀ (ମେଲେନାଷ୍ଟିକ ପ୍ରଜାତି)ର ମୃତ୍ୟୁ ପରେ ବ୍ୟାଘ୍ର ସ୍ଥାନାନ୍ତର ଯୋଜନା ପାଇଁ ପୁଣି ତତ୍ପର ହୋଇଛି ବନ ବିଭାଗ । ବାହାର ରାଜ୍ୟରୁ ଓଡ଼ିଶାକୁ ମହାବଳ ବାଘ ଆଣିବାକୁ ଅଣ୍ଟା ଭିଡ଼ିଛି । ମଧ୍ୟ ଭାରତରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ