ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

ନ୍ୟୁୟର୍କ,04।09: ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି ଚଳିତ ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କରି ଇତିହାସ ରଚିଛନ୍ତି। ଏହା ହେଉଛି ବିଶ୍ବମାନ୍ୟତାର ୩୨ତମ ସ୍ଥାନରେ ଥିବା ଭାମ୍ବ୍ରିଙ୍କ କ୍ୟାରିୟର୍‌ର ପ୍ରଥମ ଗ୍ରାଣ୍ଡସ୍ଲାମ୍ କ୍ବାର୍ଟର୍‌ଫାଇନାଲ୍ ପ୍ରବେଶ। ଚତୁର୍ଦଶ ସିଡ୍‌ ଭାମ୍ବ୍ରି ଓ ନ୍ୟୁଜିଲାଣ୍ଡର ମାଇକେଲ୍ ଭେନସ୍‌ଙ୍କ ଯୋଡ଼ି ପ୍ରିକ୍ବାର୍ଟରରେ ଚତୁର୍ଥ ସିଡ୍ ଜର୍ମାନୀର କେଭିନ କ୍ରାୱିଜ୍ ଓ ଟିମ୍ ପୁଏଜ୍‌ଙ୍କୁ ୬-୪, ୬-୪ ସିଧାସଳଖ ସେଟ୍‌ରେ ପରାସ୍ତ କରି ଏହି ଅନନ୍ୟ ସଫଳତା ଲାଭ କରିଛନ୍ତି। ନିଜଠାରୁ ୧୦ଟି ସ୍ଥାନ ଉଚ୍ଚ ମାନ୍ୟତାପ୍ରାପ୍ତ ତଥା ଅଧିକ ସଫଳ ଓ ଅଭିଜ୍ଞ କ୍ରାୱିଜ୍ ଓ ପୁଏଜ୍‌ଙ୍କୁ ହରାଇବାକୁ ଭାମ୍ବ୍ରି-ଭେନସ୍ ଏକ ଘଣ୍ଟା ୨୩ ମିନିଟ୍ କାଳ ଲଢ଼ିଥିଲେ। କ୍ବାର୍ଟର୍‌ଫାଇନାଲ୍‌ରେ ସେମାନେ ଏକାଦଶ ସିଡ୍ କ୍ରୋଏସିଆର ନିକୋଲା ମେକଟିକ୍ ଓ ଆମେରିକାର ପୁରୁଖା ଖେଳାଳି ରାଜୀବ ରାମଙ୍କୁ ଭେଟିବେ। ଆଘାତ ଜନିତ ସମସ୍ୟା ଜର୍ଜରିତ ୩୩ବର୍ଷୀୟ ଭାମ୍ବ୍ରି କେବବି କୌଣସି ଗ୍ରାଣ୍ଡସ୍ଲାମ୍‌ର ପୁରୁଷ ଏକକର ପ୍ରଥମ ରାଉଣ୍ଡ୍ ଆଗକୁ ବଢ଼ି ପାରିନାହାନ୍ତି। ତେବେ ଯୁଗଳରେ ଅପେକ୍ଷାକୃତ ଭଲ ପ୍ରଦାର୍ଶନ କରି ଚଳିତ ବର୍ଷର ଫ୍ରେଞ୍ଚ୍ ଓପନ୍ ଓ ୱିମ୍ବଲଡନ୍ ଓପନ୍ ପୁରୁଷ ଯୁଗଳର ତୃତୀୟ ରାଉଣ୍ଡ୍‌ରେ ପ୍ରବେଶ କରିଥିଲେ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ