ୟୁପିରୁ ଆସୁଛି ୩୦୦ ଟ୍ରକ ଆଳୁ

ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ। ଆସନ୍ତାକାଲି ସୁଦ୍ଧା ଉତ୍ତର ପ୍ରଦେଶରୁ ଆସୁଥିବା ଆଳୁ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଆଉ ଆଳୁ ସଙ୍କଟ ରହିବନି। ଆଜି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହା ସହିତ ସେ ଅସାଧୁ ବ୍ୟବସାୟୀଙ୍କୁ ଚେତାବନୀ ମଧ୍ୟ ଦେଇଛନ୍ତି।
ସେ କହିଛନ୍ତି, ଏବେ ଆଳୁ କିଲୋ ୩୫ ଟଙ୍କାରେ ବିକ୍ରି ହେଉଛି। କେଉଁଠି କେଉଁଠି ଅତି ବେଶୀରେ ୪୦ ଟଙ୍କାରେ ବିକ୍ରି ହେଉଛି। ଏନଫୋର୍ସମେଣ୍ଟ ଟିମ୍ ଗଠନ କରାଯାଇଛି। ଯଦି କୌଣସି ବ୍ୟବସାୟୀ ଅଧିକ ଦରରେ ଆଳୁ ବିକ୍ରି କରିବେ, ତା’ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ମଙ୍ଗଳବାରଠୁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀମାନେ ଆନ୍ଦୋଳନ ଡାକରା ଦେଇଥିବା ବେଳେ ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି, ପଶ୍ଚିମବଙ୍ଗରେ ବର୍ତ୍ତମାନ ୭ ଲକ୍ଷ ମେଟ୍ରିକ ଟନ୍ ଆଳୁ ଗଚ୍ଛିତ ଅଛି। ତାଙ୍କର ଚାହିଦା ଅତି ବେଶୀରେ ୫ ଲକ୍ଷ ମେଟ୍ରିକ ଟନ୍। ତେଣୁ ବାକି ୨ ଲକ୍ଷ ମେଟ୍ରିକ ଟନ୍ ଆଳୁ ସେମାନେ ଅନ୍ୟ ରାଜ୍ୟକୁ ଦେଇପାରିବେ। ପଶ୍ଚିମବଙ୍ଗ ବ୍ୟବସାୟୀମାନେ ଓଡ଼ିଶାକୁ ଆଳୁ ପଠାଇବା ପାଇଁ ଚାହୁଁଛନ୍ତି। କାରଣ ବେଶୀ ଦିନ ଆଳୁ ରହିଲେ ପଚିଯିବ। କିନ୍ତୁ ପଶ୍ଚିମବଙ୍ଗ ସରକାର ଅନୁମତି ଦେଉ ନଥିବାରୁ ବ୍ୟବସାୟୀ କ୍ଷତି ସହିବେ। ସେଥିପାଇଁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ସେ ଆହୁରି କହିଛନ୍ତି, ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଯେଉଁ ରାଜ୍ୟରେ ଯେଉଁ ସାମଗ୍ରୀ ଅଧିକ ଉତ୍ପାଦନ ହୁଏ, ସେ ରାଜ୍ୟ ଅନ୍ୟ ରାଜ୍ୟକୁ ରପ୍ତାନୀ କରେ। ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତି ଦ୍ଵାରା ଏହି ଭଲ ବାତାବରଣ ଉପରେ ଭଟ୍ଟା ପଡୁଛି । ଅନ୍ୟ ରାଜ୍ୟକୁ ଆଳୁ ଦେବେନି ବୋଲି ସେ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହା ଠିକ୍ ନୁହେଁ। ମମତା ସବୁ ରାଜ୍ୟ ପ୍ରତି ସମଭାବନା ରଖିବା ଦରକାର।

  • Related Posts

    କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

    Continue reading
    ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

    ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ