୧୦ରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ଜୁଲାଇ ୧୦ ତାରିଖରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ମୋଦୀ ପ୍ରଥମ ଥର ନ୍ୟୁଜିଲାଣ୍ଡ ଗସ୍ତ କରିବେ। ଗତ ୪୦ ବର୍ଷରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ନ୍ୟୁଜିଲାଣ୍ଡ ଗସ୍ତ ହେବ। ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟୋଫର ଲକ୍ସନ ଶୁକ୍ରବାର ଘୋଷଣା କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତା ସପ୍ତାହରେ ତାଙ୍କର ପ୍ରଥମ ସରକାରୀ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବେ। ଲକ୍ସନ କହିଛନ୍ତି ଯେ, ନ୍ୟୁଜିଲାଣ୍ଡ-ଭାରତ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ସହିତ ଦୁଇ ଦେଶ ସେମାନଙ୍କ ସମ୍ପର୍କକୁ ପରବର୍ତ୍ତୀ ସ୍ତରକୁ ନେଇଯିବେ। ଏହାଦ୍ବାରା ନ୍ୟୁଜିଲାଣ୍ଡରେ ଅଧିକ ନିଯୁକ୍ତି, ଅଧିକ ରପ୍ତାନୀ ଓ ଅଧିକ ଦୃଢ଼ ଅର୍ଥନୈତିକ ଅଭିବୃଦ୍ଧି ହେବ ବୋଲି କହିଛନ୍ତି।
ଲକ୍ସନ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ସମ୍ପର୍କରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଜୁଲାଇ ୧୦ ତାରିଖରେ ଅକଲାଣ୍ଡରେ ପହଞ୍ଚିବେ ଓ ତା’ପର ଦିନ ଭାରତ ଫେରିବେ। ଭାରତ ଓ ନ୍ୟୁଜିଲାଣ୍ଡ ଚଳିତ ବର୍ଷ ଏପ୍ରିଲ ୨୭ ତାରିଖରେ ନୂଆଦିଲ୍ଲୀଠାରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ସ୍ବାକ୍ଷରିତ କରିଥି‌‌ଲେ।

  • Related Posts

    ମନ୍ଦିରରେ ଦଳାଚକଟା: ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

    ବିହାରର ଲକ୍ଷୀସରାଇ ଜିଲ୍ଲାସ୍ଥିତ ଅଶୋକ ଧାମ ମନ୍ଦିରରେ ସୋମବାର ଦଳାଚକଟାରେ ୭ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏକ ବିଦ୍ୟୁତ୍ ତାର ଛିଣ୍ଡିଯିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା…

    Continue reading
    ହୋଟେଲରେ ଅଗ୍ନିକାଣ୍ଡ, 7 ମୃତ

    କଲିକତା : ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ରାମପୁରହାଟ ମେଡିକାଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ