
ରାଉରକେଲା: ଆଇିଇଡ଼ି ବିସ୍ଫୋରଣରେ ରେଳୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ସହୟତା ଘୋଷଣା ହୋଇଛି । ସିଏମ୍ଆରଏଫ୍ରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ସିଏମ୍ । ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହିତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।
ସିଏମ୍ଓ ଏକ୍ସରେ କହୁଯାଇଛି କି, ”ଓଡ଼ିଶା ଝାଡ଼ଖଣ୍ଡ ସୀମାରେ ଏକ ଅପ୍ରତ୍ୟାଶିତ ଆଇଇଡ଼ି ବିସ୍ଫୋରଣରେ ଭାରତୀୟ ରେଳରେ କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ଦୁଃଖଦ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହିତ ତାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହାସହ ମୃତକଙ୍କ ପରିବାରରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ସିଏମ୍ଆରଏଫ) ରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।”