୧୦, ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟକୁ ମଞ୍ଜୁରି

ନୂଆଦିଲ୍ଲୀ: ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି । କେନ୍ଦ୍ର ସରକାର ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ର ଫିଲ୍ଡ ଟ୍ରାଏଲ ବା କ୍ଷେତ୍ରୀୟ ପରୀକ୍ଷଣକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଉଭୟ ବର୍ଗରେ ୧୦୦ କୋଟି ଲେଖାଏଁ ପ୍ଲାଷ୍ଟିକ ନୋଟ ଜାରି କରାଯିବ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରାଜ୍ୟସଭାରେ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି । ଏହି ନୋଟ୍ ଗୁଡିକର ଫିଲ୍ଡ ଟ୍ରାଏଲ ନେଇ ରିଜର୍ଭ ବ୍ୟାଙ୍କ ପ୍ରସ୍ତାବ ଦେଇଥିଲା । ପରୀକ୍ଷଣ ସଫଳ ହେବା ପରେ ଉଭୟ ନୋଟ୍  ଗୁଡିକୁ ନିୟମିତ ଭାବେ ଜାରି କରାଯିବ । ଅର୍ଥମନ୍ତ୍ରୀ କହିଛନ୍ତି ଯେ, ସରକାର ଏହି ପ୍ରସ୍ତାବକୁ ମଞ୍ଜୁରି ଦେଇଛନ୍ତି ।

ଆରବିଆଇ ମୁତାବକ, ପ୍ଲାଷ୍ଟିକ ନୋଟ୍ ଗୁଡିକୁ ଏବେ କାଗଜ ନୋଟ୍ ସହ ଜାରି କରାଯିବ । ଦେଶର ମୁଦ୍ରା ପରିଚାଳନା କ୍ଷେତ୍ରରେ ଏହାକୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଉଛି । ତେବେ ବର୍ତ୍ତମାନ ଏହାକୁ ସାରା ଦେଶରେ ଲାଗୁ କରାଯିବ ନାହିଁ । ସେହିଭଳି କେବେ ଠାରୁ ଏହା ବଜାରକୁ ଆସିବ ସେ ନେଇ ନିର୍ଦ୍ଧିଷ୍ଟ ତାରିଖ ଘୋଷଣା ହୋଇନାହିଁ । ଏ ନେଇ ପ୍ରୋକ୍ୟୋରମେଣ୍ଟ କାର୍ଯ୍ୟକ୍ରମ ପ୍ରାରମ୍ଭିକ ପର୍ଯ୍ୟାୟରେ ରହିଛି ।

ଅର୍ଥମନ୍ତ୍ରୀ ଆହୁରି କହିଛନ୍ତି, ଏବେ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ହେଉଛି । ଏହା ୨୦୨୩-୨୪ରେ ୫.୪% ଥିବା ବେଳେ ୨୦୨୪-୨୫ରେ ୪.୬% ଏବଂ ୨୦୨୫ ୨୬ରେ ୨.୧% ରହିଥିଲା । ୨୦୨୬-୨୭ ପ୍ରଥମ ତ୍ରୈମାସରେ ମୁଦ୍ରାସ୍ଫୀତି ୩.୯%କୁ ବଢ଼ିଛି । ଏଲିନିନୋ ଏବଂ ଯୁଦ୍ଧ ଯୋଗୁ ଏହା ମୁଦ୍ରାସ୍ଫୀତି ଚାପକୁ ବଢ଼ାଇଛି । ପରୋକ୍ଷ ଟିକସ ହ୍ରାସ ଯୋଗୁ ଏହା ଚାହିଦା ବୃଦ୍ଧିରେ ସହାୟକ ହୋଇଛି ।

  • Related Posts

    ଜିମ୍ବାୱେରେ  ଡଙ୍ଗା ବୁଡ଼ିଲା; ୧୫  ମୃତ

    ହରାରେ: ଜିମ୍ବାୱେର କରିବା ହ୍ରଦରେ ୯୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ବୁଡ଼ି ଯାଇଚି। ରିପୋର୍ଟ ଅନୁଯାୟୀ ୧୫ ଜଣଙ୍କର ମୃତ୍ୟୁ ଆଶଙ୍କା କରାଯାଉଛି ଏବଂ ୨୦ ରୁ ଅଧିକ ନିଖୋଜ ଅଛନ୍ତି। ପୋଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ…

    Continue reading
    ଇସ୍ତଫା ଦେଲେ ଟାଟା ସନ୍ସ ଅଧ୍ୟକ୍ଷ ଏନ୍. ଚନ୍ଦ୍ରଶେଖରନ୍‌!

    ଏନ୍‌. ଚନ୍ଦ୍ରଶେଖରନ୍‌ ଟାଟା ସନ୍ସର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଅଗଷ୍ଟ ୧୮ରେ ଅନୁଷ୍ଠିତ ହେବାକୁ ଥିବା କମ୍ପାନୀର ବାର୍ଷିକ ସାଧାରଣ ବୈଠକ ପୂର୍ବରୁ ସେ ଦେଇଥିବା କଥା ସାମ୍ନାକୁ ଆସିଛି। କିନ୍ତୁ ଆସନ୍ତା ଫେବୃଆରୀରେ ତାଙ୍କର ବର୍ତ୍ତମାନର କାର୍ଯ୍ୟକାଳ ଶେଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ