୧୨ଟି ନୂଆ ଏନ୍‌ଏସି ପାଇଁ ଡ୍ରାଫ୍ଟ ନୋଟିସ୍‌ ଜାରି

ଭୁବନେଶ୍ବର: ରାଜ୍ୟ ସରକାର ଏନ୍‌ଏସି ସଂଖ୍ୟା ବୃଦ୍ଧି କରିବା ପାଇଁ ଯୋଜନା ଆରମ୍ଭ କରିଦେଇଛନ୍ତି। ଏଥି ପାଇଁ ୧୨ଟି ନୂଆ ଏନ୍‌ଏସି ପାଇଁ ଡ୍ରାଫ୍ଟ ନୋଟିସ୍‌ ଜାରି କରିଛନ୍ତି। ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ନୋଟିସରେ ଅନୁଗୁଳଜିଲ୍ଲା ପାଳଲହଡ଼ା, ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର, ବାଲେଶ୍ବର ଜିଲ୍ଲା ବସ୍ତା, ମୟୂରଭଂଜ ଜିଲ୍ଲା ବେତନଟୀ, ବାଙ୍ଗିରିପୋଷି ଓ ଚିତ୍ରଡ଼ା, ରାୟଗଡ଼ା ଜିଲ୍ଲା ବିଶମକଟକ, ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଓ ବାମରା, ଭଦ୍ରକ ଜିଲ୍ଲା ତିହିଡ଼ି ଓ ଧୁଷୁରୀ, ବାଲେଶ୍ବର ଜିଲ୍ଲା ସିମୁଳିଆ ସାମିଲ ରହିଛି।
ସୂଚନାଯୋଗ୍ୟ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗତ ଜୁନ ମାସ ୧୧ ତାରିଖ ଦିନ କହିଥିଲେ ଯେ, ରାଜ୍ୟ ସରକାର ଖୁବ୍‌ଶୀଘ୍ର ରାଜ୍ୟବାସୀଙ୍କୁ ୧୦ରୁ ଅଧିକ ଏନ୍‌ଏସି ଏବଂ ୨ରୁ ଅଧିକ ପୌରପାଳିକା ଭେଟିଦେବେ। ଗୃହନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ମହାପାତ୍ର କହିଥିଲେ ଯେ ରାଜ୍ୟରେ ନୂଆ ଏନ୍‌ଏସି ଏବଂ ଏନ୍‌ଏସିକୁ ପୌରପାଳିକାରେ ପରିଣତ କରିବା ନେଇ ଜିଲ୍ଲାପାଳମାନଙ୍କୁ ଫିଜିବିଲିଟି ରିପୋର୍ଟ ମଗାଯାଇଥିଲା। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଆମେ ଏନ୍‌ଓସି ପାଇଁ ଏହାକୁ ପଞ୍ଚାୟତିରାଜ ବିଭାଗକୁ ପଠାଇଥିଲୁ। ପଞ୍ଚାୟତିରାଜ ବିଭାଗ ଏବେ ଏନ୍‌ଓସି ଦେଇଥିବାରୁ ଖୁବ୍‌ଶୀଘ୍ର ନୂଆ ଏନ୍‌ଏସି ଘୋଷଣା ହେବ। ସେହିପରି ଏନ୍‌ଏସିକୁ ପୌରପାଳିକାରେ ପରିଣତ କରିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ପ୍ରସ୍ତୁତି ଶେଷ ହୋଇଥିବାରୁ ଏହାକୁ ମଧ୍ୟ ଘୋଷଣା କରାଯିବ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ