୧୨ ଘଣ୍ଟିଆ ଦେବଗଡ଼ ବନ୍ଦ

ଦେବଗଡ଼: ଦେବଗଡ଼ ବନ୍ଦ ଡାକରା । ଦେବଗଡ଼ ଜିଲ୍ଲା ଯୁବ ଏକତା ମଞ୍ଚ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବିରେ ବନ୍ଦ ରହିଛି । ଯାହାଫଳରେ ସବୁ ଅଫିସ, ଦୋକାନ ବଜାର ବନ୍ଦ ରହିବା ସହ ଯାନବାହନ ଚଳାଚଳ ଠପ୍‌ ରହିଛି ।ଗୁରୁବାର ଦିନ ଦେଗଗଡ଼ ବନ୍ଦ ପାଳନ କରାଯାଉଛି । ଦେବଗଡ଼ ଜିଲ୍ଲା ଯୁବକ ଏକତା ମଞ୍ଚ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନର ଡାକରା ଦିଆଯାଇଛି । ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ଚିକିତ୍ସା ସେବା ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ଏହି ବନ୍ଦରେ ଅତ୍ୟବଶ୍ୟକ ସାମଗ୍ରୀ, ଚିକିତ୍ସା ସେବା, ପରୀକ୍ଷାର୍ଥୀଙ୍କୁ ବାଦ୍ ଦିଆଯାଉଥିବା ବେଳେ ଦୋକାନ ବଜାର, ସରକାରୀ-ବେସରକାରୀ ଅନୁଷ୍ଠାନ, ବସ-ମଟର ବନ୍ଦ ରହିଛି । ପୂର୍ବରୁ ଜିଲ୍ଲା ଯୁବ ଏକତା ମଞ୍ଚ ପକ୍ଷରୁ ସ୍ଥାନୀୟ ଗୋପାଳଜୀଉ ମନ୍ଦିର ପରିସରରେ ବୈଠକ ବସିଥିଲା । ସେଥିରେ ସର୍ବସମ୍ମତିକ୍ରମେ ବନ୍ଦ ପାଳନ ପାଇଁ ନିଷ୍ପତି ନିଆଯାଇଥିଲା । ଏହି ବନ୍ଦ ପାଳନକୁ ବିଭିନ୍ନ ରାଜନୈତିକ ଦଳ ଓ ସାମାଜିକ ସଂଗଠନ ସମର୍ଥନ କରିଛନ୍ତି। ୪୯ ନମ୍ବର ଜାତୀୟ ରାଜପଥରେ ଗାଡ଼ିମଟର ଅଟକାଇଛନ୍ତି ଆନ୍ଦୋଳନାକାରୀ । ଏହିସହିତ ବିଭିନ୍ନ ସ୍ଥାନରେ ପିକେଟିଂ ମଧ୍ୟ କରୁଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ