୧୨ ପାକିସ୍ତାନୀଙ୍କୁ ଓଡ଼ିଶାରୁ ବିଦା କରିବାକୁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : ପହଲଗାମରେ ପର୍ୟ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ଦୁଇ ଦେଶ ମଧ୍ୟରେ ଅସ୍ଥିରତା ବଢ଼ିଛି। ଭାରତ ଏହି ଘଟଣାକୁ ନେଇ ଅନେକ କଠୋର ପଦକ୍ଷେପ ଗ୍ରହଣ କରିଛି ଓ ଦେଶରେ ରହୁଥିବା ପାକିସ୍ତାନୀଙ୍କୁ ୪୮ ଘଣ୍ଟା ମଧ୍ୟରେ ନିଜ ଦେଶକୁ ଫେରିବାକୁ ନିର୍ଦ୍ଦେଶ ଦେଇଛି। ଏହି କ୍ରମରେ ଦୀର୍ଘକାଳୀନ ଭିସା ବଳରେ ବସବାସ କରୁଥିବା ୧୨ ପାକିସ୍ତାନୀଙ୍କୁ ଓଡ଼ିଶାରୁ ବିଦା କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।
ଏହାରି ମଧ୍ୟରେ ଭୁବନେଶ୍ବରରେ ଜଣେ ପାକିସ୍ତାନୀ ମହିଳା ରହିଥିବା ଜଣାପଡିଛି । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ । ଓଡ଼ିଆ ଯୁବକଙ୍କୁ ବିବାହ କରି ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ରହୁଛନ୍ତି ମହିଳା । ତାଙ୍କର ଭିସା ଅବଧି ୨୦୨୪ରେ ଶେଷ ହୋଇଥିଲା । ଏହାପରେ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ନିମନ୍ତେ ଏଗଜିଟ୍‌ ଭିସା ପାଇଁ କମିଶନରେଟ୍‌ ପୁଲିସ ନିକଟରେ ଆବେଦନ କରିଥିଲେ କିନ୍ତୁ ସେ ଆବେଦନ ପଡି ରହିଥିଲା । ଏବେ ପହଲଗାମ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ୟ ଭୁବନେଶ୍ବର ଛାଡି ଯିବା ପାଇଁ ପୁଲିସ ନୋଟିସ୍‌ ହୋଇଛି ।

ସୂଚନାଯୋଗ୍ୟ ପହଲଗାମ ଆକ୍ରମଣ ପରେ ଭାରତରେ ବସବାସ କରୁଥିବା ପାକିସ୍ତାନୀଙ୍କୁ ସେମାନଙ୍କ ଦେଶକୁ ପଠାଇବା ନିମନ୍ତେ କେନ୍ଦ୍ର ଗୃହମନ୍ତ୍ରୀ ବିଭିନ୍ନ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଛନ୍ତି। କେଉଁ ରାଜ୍ୟରେ କେତେ ସଂଖ୍ୟକ ପାକିସ୍ତାନୀ ବସବାସ କରୁଛନ୍ତି, ସେନେଇ ସୂଚନା ଦେବାକୁ କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଜାରି ହୋଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ