୧୨-୧୩ ତାରିଖବେଳକୁ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ବର୍ତ୍ତମାନ ବିଶେଷ ବର୍ଷା ନାହିଁ । କାଁ ଭାଁ ଘଡ଼ଘଡ଼ି ସହ ଅସରାଏ ଲେଖାଏଁ ବର୍ଷା ହୋଇପାରେ । କିନ୍ତୁ, ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହ ବେଳକୁ ପୁଣି ବଡ଼ ବର୍ଷା ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (ଆଇଏମଡି) ଜାରି କରିଥିବା ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଆସନ୍ତା ୧୨-୧୩ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଚଳିତବର୍ଷ ଦେଶରେ ମୌସୁମୀ ବର୍ଷା ନିଅଣ୍ଟିଆ ଥିଲେ ବି ଓଡ଼ିଶାରେ ନିର୍ଧୁମ ବର୍ଷା ହୋଇଛି । ଜୁନ୍‌ରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ୪ ମାସରେ ଯେତିକି ବର୍ଷା ହେବା କଥା, ୩ ମାସରେ (ଅଗଷ୍ଟ ଶେଷ ସୁଦ୍ଧା) ଓଡ଼ିଶା ତା’ଠାରୁ ଅଧିକ ବର୍ଷା ପାଇଛି । ଜୁନ୍‌ ୧ ତାରିଖରୁ ଆଜିସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ୨୫% ଅଧିକ ବର୍ଷା ହୋଇଛି । ଦୁଇଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅତ୍ୟଧିକ ଓ ୧୭ ଜିଲ୍ଲାରେ ଅଧିକ ବର୍ଷା ହୋଇଛି । ୧୦ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ଦେଇଛି ମୌସୁମୀ । ତଥାପି ରାଜ୍ୟର ଅନେକ ଜଳଭଣ୍ଡାର ଏବେ ବି ଅଧା ପୂରିନି ।ବଲାଙ୍ଗିରର ଲୋୟର ସୁକତେଲ ଜଳଭଣ୍ଡାରରେ ମାତ୍ର ୩୭% ପାଣି ଭରିଛି । ବାକି ଫାଙ୍କା ପଡ଼ିଛି । ବାଲିମେଳାରେ ଜଳଧାରଣ କ୍ଷମତାର ମାତ୍ର ୩୫% ଜଳ ଭରିଛି । ଅପର କୋଲାବରେ ୪୯%, ମାଛକୁଣ୍ଡରେ ୫୩% ଓ କେନ୍ଦୁଝର କାନପୁରରେ ମୋଟ ଜଳଧାରଣ କ୍ଷମତାର ମାତ୍ର ୧୬% ପାଣି ଭରିଛି ।

ଅପର କୋଲାବର ବିଦ୍ୟୁତ ଉତ୍ପାଦନ କ୍ଷମତା ୩୨୦ ମେଗାୱାଟ । କିନ୍ତୁ ୨ ତାରିଖରେ ମାତ୍ର ୭୬ ମେଗାୱାଟ୍‌ ବିଜୁଳି ଉତ୍ପାଦନ ହୋଇଛି । ମାଛକୁଣ୍ଡ ଜଳଭଣ୍ଡାରର ବିଦ୍ୟୁତ ଉତ୍ପାଦନ କ୍ଷମତା ୬୦ ମେଗାୱାଟ ହୋଇଥିବାବେଳେ ମାତ୍ର ୧୪ ମେଗାୱାଟ ଉତ୍ପାଦନ ହୋଇଥିଲା । ବାଲିମେଳା ଜଳଭଣ୍ଡାରର ବିଦ୍ୟୁତ ଉତ୍ପାଦନ କ୍ଷମତା ୫୫୫ ମେଗାୱାଟ ହୋଇଥିବାବେଳେ ଏଠାରୁ କୌଣସି ବିଦ୍ୟୁତ ଉତ୍ପାଦନ ହେଉନି । ବୁର୍ଲାର ମୋଟ ବିଦ୍ୟୁତ ଉତ୍ପାଦନ କ୍ଷମତା ୨୮୭ ମେଗାୱାଟ ଓ ଏଠାରୁ ୨୪୨ ମେଗାୱାଟ ବିଦ୍ୟୁତ ଉତ୍ପାଦନ ହେଉଛି ।
ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଆକଳନ ଅନୁସାରେ ରାଜ୍ୟରେ ଏବେ କାଁ ଭାଁ ବର୍ଷା ହୋଇପାରେ । ବଡ଼ ବର୍ଷା ନାହିଁ । ବିସ୍ତୃତ ଅଞ୍ଚଳରେ ପାଗ ଶୁଖିଲା ରହିବ । କେତେବେଳେ ଘଡ଼ଘଡ଼ି ସହ ଠାଏ ଠାଏ ବର୍ଷା ହୋଇପାରେ । ତେବେ ୯ ତାରିଖବେଳକୁ ରାଜ୍ୟର ଅଳ୍ପ କେତେକ ଜାଗାରେ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ଆଇଏମଡି ପକ୍ଷରୁ ସେପ୍ଟେମ୍ବର ୩ରୁ ୯ ଓ ୧୦ରୁ ୧୬ ତାରିଖ ପାଇଁ ପାଣିପାଗ ପୂର୍ବାନୁମାନ ଜାରି ହୋଇଛି । ଏହି ଆକଳନ ବିଶ୍ଳେଷଣରୁ ଅନୁମାନ କରାଯାଉଛି, ଆସନ୍ତା ୯ ତାରିଖ ପାଖାପାଖି ପଶ୍ଚିମ କେନ୍ଦ୍ରୀୟ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ସେଇ ଅଞ୍ଚଳ ଉପରେ ୧୩ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ଯୋଗୁ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି । ଓଡ଼ିଶା ସମେତ ଝାଡ଼ଖଣ୍ଡରେ ବି ପ୍ରବଳ ବର୍ଷା ହୋଇପାରେ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ