୧୩ରୁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର : ରାଜଭବନ ଉଦ୍ୟାନ ଆସନ୍ତା ୧୩ ତାରିଖରୁ ଖୋଲା ରହିବ । ସର୍ବସାଧାରଣ ଜାନୁଆରୀ ୨୨ ତାରିଖ ପର୍ୟ୍ୟନ୍ତ ରାଜଭବନ ଉଦ୍ୟାନ ବୁଲି ଦେଖିପାରିବେ । କିନ୍ତୁ ଏଥର ନିୟମ ଟିକେ ଅଲଗା ହୋଇଛି । କାରଣ କେବଳ ମୋବାଇଲ୍‌ ଆପ୍‌ ପଞ୍ଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ । ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍‌ ଆପ୍‌ ଡାଉନ୍‌ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ ୱେବ୍‌ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍‌ କୋଡ଼ ମାଧ୍ୟମରେ ମୋବାଇଲ୍‌ ଆପ୍‌ ମଧ୍ୟ ଡାଉନ୍‌ଲୋଡ କରାଯାଇପାରିବ ।

ସର୍ବସାଧାରଣଙ୍କ ପାଇଁ ରାଜଭବନ ଉଦ୍ୟାନ ବୁଲିବାର ସମୟ ଅପରାହ୍ନ ୨ଟା ୩୦ମି ରୁ ୫ଟା ପର୍ୟ୍ୟନ୍ତ ରହିଛି । ସେହିପରି ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଏ.ଡ଼ି.ସିଚିଫ୍‌ ସିକ୍ୟୁରିଟି ଅଫିସରଙ୍କୁ ବିଦ୍ୟାଳୟ କତ୍ତୃର୍ପକ୍ଷ ‘ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ନିମନ୍ତେ ଅନୁରୋଧ ପତ୍ର’ ପଠାଇବା ଆବଶ୍ୟକ ବୋଲି ସୂଚନା ଦିଆଯାଇଛି । ସ୍କୁଲ ପିଲାମାନଙ୍କ ପାଇଁ ଉଦ୍ୟାନ ପରିଦର୍ଶନ ସମୟ ସକାଳ ଘ ୮.୩୦ମି. ରୁ ୧୦ ଘଟିକା ପର୍ୟ୍ୟନ୍ତ ଧାର୍ୟ୍ୟ କରାଯାଇଛି । ଏ ସଂପର୍କରେ ଅଧିକ ବିବରଣୀ ପାଇଁ ବିଦ୍ୟାଳୟ କତ୍ତୃର୍ପକ୍ଷ ରାଜଭବନ ୱେବ୍‌ସାଇଟ୍‌ ପରିଦର୍ଶନ କରିପାରିବେ । ସ୍କୁଲ ଛାତ୍ରଛାତ୍ରୀମାନେ ସ୍କୁଲ ୟୁନିଫର୍ମ ଓ ପରିଚୟ କାର୍ଡ଼ ପରିଧାନ ପୂର୍ବକ ଶିକ୍ଷକ, ଶିକ୍ଷୟିତ୍ରୀ, ସ୍କୁଲ କର୍ମଚାରୀଙ୍କ ତତ୍ତ୍ୱାବଧାନରେ ଆସିବେ । ଉଦ୍ୟାନ ପରିଦର୍ଶନରେ ଆସିବାକୁ ଥିବା ପର୍ୟ୍ୟଟକ ପାଇଁ ନ୍ୟୁ ଅଭିଷେକ ହଲ୍‌ ନିକଟସ୍ଥ ୩ ନମ୍ବର ଗେଟ୍‌ରେ ପ୍ରବେଶ ଏବଂ ସିକ୍ୟୁରିଟି ବାରାକ ନିକଟସ୍ଥ ଗେଟ୍‌ରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ