୧୩୬୩ ଜୁନିଅର ରେଭେନ୍ଯୁ ଆସିଷ୍ଟାଣ୍ଟ୍ ପଦବୀରେ ହେବ ନିଯୁକ୍ତି

ଭୁବନେଶ୍ବର: ରାଜ୍ୟର ରାଜସ୍ବ ପ୍ରଶାସନକୁ ଆହୁରି ସୁଦୃଢ କରିବା ନିମନ୍ତେ ଓଡ଼ିଶା ସରକାରଙ୍କ ଦ୍ୱାରା ୧୩୬୩ ଜୁନିଅର ରେଭେନ୍ୟୁ ଆସିଷ୍ଟାଣ୍ଟ୍ ପଦବୀକୁ ସିଧାସଳଖ ନିଯୁକ୍ତି ମାଧ୍ୟମରେ ପୂରଣ କରିବାକୁ ସ୍ୱୀକୃତି ମିଳିଛି। ଏହି ନିଯୁକ୍ତି ନିମନ୍ତେ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ବୈଠକରେ ଉକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏ ସମ୍ପର୍କରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି l ଏହି ପଦବୀଗୁଡ଼ିକୁ ରାଜ୍ୟର ୩୦ଟି ଜିଲ୍ଲାରେ ସିଧାସଳଖ ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ପୂରଣ କରାଯିବ।
ଜିଲ୍ଲା ଭିତ୍ତିକ ଖାଲି ଥିବା ପଦବୀ ସଂଖ୍ୟା ସହିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ସହ ମହିଳା, ଦିବ୍ୟାଙ୍ଗ, ଏକ୍ସ ସର୍ଭିସମ୍ଯାନ୍ ଏବଂ କ୍ରୀଡ଼ାବିତଙ୍କ ପାଇଁ ଆବଶ୍ୟକୀୟ ସଂରକ୍ଷଣ ନିମନ୍ତେ ଏହି ଚିଠିରେ ଉଲ୍ଲେଖ ଅଛି l ଏହି ନିଯୁକ୍ତି ସମ୍ବନ୍ଧରେ ଜିଲ୍ଲାପାଳମାନଙ୍କୁ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (OSSSC) ସହ ଆଲୋଚନା କରି ଶୀଘ୍ର ଅନଲାଇନ୍ ଆବେଦନ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି l ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ରାଜସ୍ୱ ପ୍ରଶାସନର କ୍ଷମତା ବୃଦ୍ଧି ସହ ଜନସେବା ପ୍ରଦାନକୁ ଅଧିକ ସୁଦୂରପ୍ରସାରୀ କରିପାରିବ ବୋଲି ରାଜସ୍ୱ ସଚିବ ଆଶା ପ୍ରକାଶ କରିଛନ୍ତି l

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ