ଭୁବନେଶ୍ୱର: କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଚଳିତ ନଭେମ୍ବର ୧୪ ଓ ୧୫ ତାରିଖରେ ଭୁବନେଶ୍ୱରସ୍ଥିତ ଆଇଟିସିଠାରେ ଦୁଇଦିନିଆ ଚିନ୍ତନ ଶିବିର ଆୟୋଜନ ହେବାକୁ ଯାଉଛି । ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ୍ ଲକ୍ଷ୍ୟ ହାସଲ କରିବା ଏବଂ ୨୦୪୭ ସୁଦ୍ଧା ୧୮୦୦ ଗିଗାୱାଟ୍ ର ପରବର୍ତ୍ତୀ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରଗତି ଉପରେ ଏହି କାର୍ଯ୍ୟକ୍ରମରେ ଗୁରୁତ୍ୱ ଦିଆଯିବ । ନଭେମ୍ବର ୧୪ ତାରିଖ ସକାଳ ୯ଟାରେ କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ୟେସୋ ନାଏକ, ଓଡ଼ିଶାର ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଏମଏନଆରଇ ସଚିବ ପ୍ରଶାନ୍ତ କୁମାର ସିଂ ମଧ୍ୟ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଚିନ୍ତନ ଶିବିରର ଲକ୍ଷ୍ୟ ହେଉଛି ଭାରତର ଅକ୍ଷୟ ଶକ୍ତି ଯାତ୍ରାର ଅବିଚ୍ଛେଦ୍ୟ ଅଂଶବିଶେଷ ଭାବେ ଗ୍ରହଣ କରୁଥିବା ଅଗ୍ରଣୀ ନିଷ୍ପତ୍ତି ଗ୍ରହଣକାରୀ, ଆର୍ଥିକ ଅନୁଷ୍ଠାନ, ଶିଳ୍ପପତି, ସିଇଓ ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରମୁଖ ଅଧିକାରୀମାନଙ୍କୁ ଏକାଠି କରିବା । ଅଂଶଗ୍ରହଣକାରୀମାନେ ବିଭିନ୍ନ ବିଷୟଗତ ଅଧିବେଶନ ମାଧ୍ୟମରେ ଏହି କ୍ଷେତ୍ରର ପ୍ରମୁଖ ଏବଂ ଉଦୀୟମାନ ପ୍ରସଙ୍ଗ ଉପରେ ବିଚାର ବିମର୍ଶ କରିବେ ।
ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ
୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…



