୧୪ ଓ ୧୫ରେ ହେବ ‘ଚିନ୍ତନ ଶିବିର’

ଭୁବନେଶ୍ୱର: କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଚଳିତ ନଭେମ୍ବର ୧୪ ଓ ୧୫ ତାରିଖରେ ଭୁବନେଶ୍ୱରସ୍ଥିତ ଆଇଟିସିଠାରେ ଦୁଇଦିନିଆ ଚିନ୍ତନ ଶିବିର ଆୟୋଜନ ହେବାକୁ ଯାଉଛି । ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ୍‌ ଲକ୍ଷ୍ୟ ହାସଲ କରିବା ଏବଂ ୨୦୪୭ ସୁଦ୍ଧା ୧୮୦୦ ଗିଗାୱାଟ୍‌ ର ପରବର୍ତ୍ତୀ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରଗତି ଉପରେ ଏହି କାର୍ଯ୍ୟକ୍ରମରେ ଗୁରୁତ୍ୱ ଦିଆଯିବ । ନଭେମ୍ବର ୧୪ ତାରିଖ ସକାଳ ୯ଟାରେ କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ୟେସୋ ନାଏକ, ଓଡ଼ିଶାର ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଏମଏନଆରଇ ସଚିବ ପ୍ରଶାନ୍ତ କୁମାର ସିଂ ମଧ୍ୟ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଚିନ୍ତନ ଶିବିରର ଲକ୍ଷ୍ୟ ହେଉଛି ଭାରତର ଅକ୍ଷୟ ଶକ୍ତି ଯାତ୍ରାର ଅବିଚ୍ଛେଦ୍ୟ ଅଂଶବିଶେଷ ଭାବେ ଗ୍ରହଣ କରୁଥିବା ଅଗ୍ରଣୀ ନିଷ୍ପତ୍ତି ଗ୍ରହଣକାରୀ, ଆର୍ଥିକ ଅନୁଷ୍ଠାନ, ଶିଳ୍ପପତି, ସିଇଓ ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରମୁଖ ଅଧିକାରୀମାନଙ୍କୁ ଏକାଠି କରିବା । ଅଂଶଗ୍ରହଣକାରୀମାନେ ବିଭିନ୍ନ ବିଷୟଗତ ଅଧିବେଶନ ମାଧ୍ୟମରେ ଏହି କ୍ଷେତ୍ରର ପ୍ରମୁଖ ଏବଂ ଉଦୀୟମାନ ପ୍ରସଙ୍ଗ ଉପରେ ବିଚାର ବିମର୍ଶ କରିବେ ।

Related Posts

ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

Continue reading
ପୁଣି ବାତ୍ୟା ଭୟ

ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ