୧୪ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି

ଭୁବନେଶ୍ୱର: ପ୍ରାୟ ୬ମାସ ପରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟପାଳ ତଥା କୁଳାଧିପତି ଡଃ ହରିବାବୁ କମ୍ଭମପାଟି ଆଜି ଏକସଙ୍ଗେ ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନାମ ଘୋଷଣା କରିଛନ୍ତି। ଲୋକଭବନ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ,ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ ୧୯୮୯ ଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ଆଇନ ୨୦୧୭ର ବିଭିନ୍ନ ଧାରାରେ କୁଳପତିମାନଙ୍କୁ ଏହି ନିଯୁକ୍ତି ମିଳିଛି।
ଲୋକଭବନ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟର ପ୍ରତିଷ୍ଠିତ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଦାୟିତ୍ୱ ମିଳିଥିବାବେଳେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ଅବସ୍ଥାପିତ କରାଯାଇଛି । ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କୁ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପୁନଃନିଯୁକ୍ତି ପାଇଛନ୍ତି ।
ସେହିପରି କେନ୍ଦୁଝରସ୍ଥିତ ଧରଣୀଧର ବିଶ୍ୱବିଦ୍ୟାଳୟ କୁଳପତି ଭାବେ ପ୍ରଫେସର ସଞ୍ଜୟ କୁମାର ପାତ୍ର, ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ କୁଳପତି ଭାବେ ପ୍ରଫେସର ବ୍ୟୋମକେଶ ତ୍ରିପାଠୀଙ୍କୁ ନିଯୁକ୍ତି ମିଳିଥିବାବେଳେ ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ପ୍ରଫେସର ଅସୀମା ସାହୁଙ୍କୁ କୁଳପତି ଭାବେ ଅବସ୍ଥାପିତ କରାଯାଇଛି ।
ସେହିପରି ପ୍ରଫେସର ପବନ କୁମାର ଅଗ୍ରୱାଲଙ୍କୁ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତିଙ୍କୁ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ କୁଳପତି, ବିଭୂତିଭୂଷଣ ମଲ୍ଲିକଙ୍କୁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କୁଳପତି ଓ ହୃଷିକେଶ ସେନାପତିଙ୍କୁ ବିକ୍ରମଦେବ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ମିଳିଛି।

ସେହିପରି କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ସିବାରାମ ତ୍ରିପାଠୀ, ଭୁବନେଶ୍ୱରର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ଜ୍ୟୋସ୍ନା କେବି ରାଉତ ଓ ପୁରୀସ୍ଥିତ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ପ୍ରଭାତ କୁମାର ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି।
ସେହିପରି ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଚାର ପ୍ରସାର ପାଇଁ ଉଦ୍ଦିଷ୍ଟ ସାକ୍ଷୀଗୋପାଳସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଅ କୁଳପତି ଭାବେ ପ୍ରଫେସର ସତ୍ୟନାରାୟଣ ଆଚାର୍ୟ୍ୟ କାର୍ୟ୍ୟ କରିବେ ବୋଲି ଲୋକଭବନ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ