୧୫ମାସରେ ଭିଜିଲାନ୍ସ ହାତରେ ୧୯୯ ବାବୁ

ଭୁବନେଶ୍ୱର: ରାଜ୍ୟରେ ମାତ୍ର ୧୫ମାସରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ୧୯୯ ସରକାରୀ ବାବୁ । ଆଜି ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ୧୫ମାସରେ ୭୭ଟି ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲା ରୁଜୁ ହୋଇଥିବା ବେଳେ ଲାଞ୍ଚ ନେବା ଅଭିଯୋଗରେ ୧୨୨ଟି ମାମଲା ରୁଜୁ ହୋଇଛି । ତେବେ ମୋଟ୍‍ ୨୦୨କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରିଛି ଭିଜିଲାନ୍ସ । ୫ବର୍ଷରେ ୩୬୬୧ଟି ଦୁର୍ନୀତି ନିବାରଣ ମାମଲା କୋର୍ଟରେ ବିଚରାଧୀନ ରହିଛି ।

ଆଜି ବିଧାନସଭାରେ ବିଧାୟକ ଟଙ୍କଧର ତ୍ରିପାଠୀ ପ୍ରଶ୍ନ କରିଥିଲେ ଯେ ୨୦୨୪ଜୁନ ମାସରୁ ଏଯାବତ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଆୟବର୍ହିଭୂତ୍ତ ସମ୍ପତ୍ତି ଠୁଲ ଓ ଲାଞ୍ଚନେବା ଅଭିଯୋଗରେ କେତୋଟି ମାମଲା ରୁଜୁ କରିଛି ଓ କେତେ ପରିମାଣରେ ସମ୍ପତ୍ତି ଆକଳନ ଜବତ କରିଛି । ଯାହାର ଲିଖିତ ଉତ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ