୧୫ ସୁଦ୍ଧା ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ଯାଏ ମିଳିବ ୟୁନିଫର୍ମ

ଭୁବନେଶ୍ୱର: ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ଆକର୍ଷଣୀୟ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ସରକାରୀ ବିଦ୍ୟାଳୟରେ ପଢୁଥିବା ‘ଶିଶୁ ବାଟିକା’ର ଛାତ୍ରଛାତ୍ରୀଙ୍କୁ ମଧ୍ୟ ମାଗଣା ପୋଷାକ (ୟୁନିଫର୍ମ) ଓ ଆନୁଷଙ୍ଗିକ ସାମଗ୍ରୀ ଯୋଗାଇ ଦିଆଯିବ। ଫେବ୍ରୁଆରୀ ୧୫ ତାରିଖ ସୁଦ୍ଧା ଶିଶୁ ବାଟିକା ସହ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଏକ ଚିଠି ଜାରି ହୋଇଛି । ତୁରନ୍ତ ୨୦୨୫- ୨୬ ଶିକ୍ଷାବର୍ଷ ପାଇଁ ପିଲାଙ୍କୁ ୟୁନିଫର୍ମ ଦେବାକୁ ଓସେପା ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ କଡା ଚେତାବନୀ ଦେଇଛି ।
ଓସେପା ଅତିରିକ୍ତ ନିର୍ଦ୍ଦେଶିକା (ସାଧାରଣ) ସଙ୍ଗୀତା ବେହେରାଙ୍କ ପକ୍ଷରୁ ଜାରି ପତ୍ର ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବ। ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ପ୍ରତି ଶିଶୁ ପିଛା ୧,୦୦୦ ଟଙ୍କା ହିସାବରେ ପାଣ୍ଠି ମଞ୍ଜୁର କରାଯାଇଛି। ଏହି ଅର୍ଥରେ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ପୋଷାକ ସହିତ ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ୍, ଟୋପି ଏବଂ ପରିଚୟ ପତ୍ର ପ୍ରଦାନ କରାଯିବ। ୟୁନିଫର୍ମ ବଣ୍ଟନ ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ସ୍କୁଲ ପରିଚାଳନା କମିଟିକୁ ଦାୟିତ୍ୱ ମିଳିଛି । ଏହି କାମ ତଦାରଖ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ କମିଟି ଗଠନ କରାଯାଇଛି । କେବଳ ସେତିକି ନୁହେଁ, ପୋଷାକର ରଙ୍ଗ, ଲୋଗୋକୁ ଦୃଷ୍ଟି ଦେବାକୁ ପଡିବ । ଯେପରିକି ସେଥିରେ ତ୍ରୁଟି ନ ରୁହେ ସେଥିପ୍ରତି ଯତ୍ନବାନ ହେବାକୁ ଓସେପା ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି।
ଏହି କାର୍ଯ୍ୟକ୍ରମକୁ ‘ଅତି ଜରୁରୀ’ ବିଭାଗରେ ରଖାଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ (DEO) ଏବଂ ଜିଲ୍ଲା ପ୍ରକଳ୍ପ ସଂଯୋଜକ (DPC) ମାନେ ଏହି ବଣ୍ଟନ ପ୍ରକ୍ରିୟାର ସିଧାସଳଖ ତଦାରଖ କରିବେ। ଜାତୀୟ ଶିକ୍ଷା ନୀତି (NEP 2020) ର ସଫଳ ରୂପାୟନ ଏବଂ ପ୍ରାକ୍-ପ୍ରାଥମିକ ସ୍ତରରେ ଶିକ୍ଷାର୍ଥୀଙ୍କ ସଂଖ୍ୟା ବୃଦ୍ଧି କରିବା ଲକ୍ଷ୍ୟରେ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ